ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା। ହେଲେ ସେଠାରେ ସେ ଆଖି ବୁଜିଛନ୍ତି।

ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri