ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା: ବାପା କହିଲେ ଝିଅ ମୋ ଭାଗ୍ୟରେ ନଥିଲା…

ବଳଙ୍ଗା,୩।୮: ଦିଲ୍ଲୀ ଏମ୍ସରେ ମୃତ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କ ବାପା ଓ ଦାଦା ପ୍ରତିକ୍ରିୟା ରଖିଛନ୍ତି। ସେମାନେ ରାଜନୀତି ଠାରୁ ଦୂରେଇ ରଖିବାକୁ ଭାବବିହ୍ବଳ ହୋଇ ଅନୁରୋଧ କରିଛନ୍ତି। ଆମେ କାହାକୁ ଦୋଷ ଦେବାକୁ ଚାହୁଁନୁ, ଝିଅ ଆମ ଭାଗ୍ୟରେ ନଥିଲା। ଝିଅର ମୃତ୍ୟୁ ପରେ ଆମେ ବହୁତ ଡିପ୍ରେଶନରେ ଅଛୁ, ରାଜନୀତି ନ କରାଯାଉ। ସରକାର ଯାହା କରିବା କଥା ସବୁ କରିଛନ୍ତି, ମୁଁ ସେଥିରେ ସନ୍ତୁଷ୍ଟ। ଚିକିତ୍ସାରେ ବି କୌଣସି ଅବହେଳା ହୋଇନି, ମୁଁ ଭାବୁଛି ଝିଅ ମୋ ଭାଗ୍ୟରେ ନଥିଲା’ସମସ୍ତେ ସମସ୍ତଙ୍କ ବାଟରେ ଠିକ ଅଛନ୍ତି, କାହାକୁ ଦୋଷ ଦେବାକୁ ଚାହୁଁନୁ ବୋଲି ଉଭୟ ବାପା ଓ ଦାଦା କହିଛନ୍ତି।
ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?