ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ଭୁବନେଶ୍ୱରରେ ପହଞ୍ଚିଲା, ଏୟାରପୋର୍ଟରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୩।୮: ପୁରୀ ଜିଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ପୀଡ଼ିତାଙ୍କ ମୃତଦେହ ଦିଲ୍ଲୀରୁ ବିମାନ ଯୋଗେ ରବିବାର ରାତିରେ ଭୁବନେଶ୍ୱର ପହଞ୍ଚିଛି। ଏହି ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିବା ବେଳେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନବନ୍ଦର ବାହାରେ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏବଂ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷରେ ପୀଡ଼ିତାଙ୍କ ଶେଷ ଦର୍ଶନ ପାଇଁ ଏୟାରପୋର୍ଟରେ ନେତାଙ୍କ ଭିଡ଼ ଜମିଛି।

ବଳଙ୍ଗାରେ ଜଣେ ନାବାଳିକାଙ୍କ ଉପରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିବା ଏହି ଘଟଣା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ପୀଡ଼ିତାଙ୍କୁ ପ୍ରଥମେ ଭୁବନେଶ୍ୱର AIIMSରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବା ପରେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ୧୪ ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଥିଲେ ଏବଂ ତୃତୀୟ ଅସ୍ତ୍ରୋପଚାର ମଧ୍ୟ ହୋଇଥିଲା। ତଥାପି, ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା ଏବଂ ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।

ପୋଲିସ ତଦନ୍ତ ଅନୁଯାୟୀ, ଏହି ଘଟଣାରେ ପୀଡ଼ିତାଙ୍କ ବୟାନ ଭୁବନେଶ୍ୱର ଓ ଦିଲ୍ଲୀ AIIMSରେ ରେକର୍ଡ କରାଯାଇଥିଲା। ତେବେ, ବୟାନରେ ଅସଙ୍ଗତି ଥିବା ନେଇ ପୋଲିସ ଅନୁସନ୍ଧାନ ଜାରି ରଖିଥିଲା। କ୍ରାଇମବ୍ରାଞ୍ଚ ଏବଂ ପୁରୀ ପୋଲିସ ଏହି ମାମଲାରେ ତଦନ୍ତ କରୁଥିବା ବେଳେ, ଘଟଣାସ୍ଥଳରୁ ମିଳିଥିବା କିରୋସିନ ବୋତଲ, ରୂପା ମୁଦି ଏବଂ ଅନ୍ୟାନ୍ୟ ପ୍ରମାଣକୁ ନେଇ ଛାନଭିନ ଚାଲିଛି। ପୁରୀ ଏସପି ପିନାକ ମିଶ୍ରଙ୍କ ସୂଚନା ଅନୁଯାୟୀ, ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଶୀଘ୍ର ଘଟଣାର ରହସ୍ୟ ଉନ୍ମୋଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?