ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା, ଭୁବନେଶ୍ୱରରୁ ଯିବେ…

ଭୁବନେଶ୍ୱର,୨୦ା୭: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା ଏୟାରଲିଫ୍ଟ ହେବେ। ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା। କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ ହେବେ ପୀଡ଼ିତା ଜଣକ। ଏନେଇ ଡାକ୍ତରୀ ଟିମ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା ହୋଇସାରିଛି। ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି। ଏନେଇ ସୂଚନା ଦେଇଛନ୍ତି ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ।

ଏଥିସହିତ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ ନେଇ ସୂଚନା ଦେଲେ ଆଶୁତୋଷ ବିଶ୍ବାସ। ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଦିଲ୍ଲୀ ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ।

ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଛି। ସମ୍ପୃକ୍ତ ପୀଡ଼ିତା ବର୍ତ୍ତମାନ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଛନ୍ତି। ପୀଡ଼ିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍‌ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମ୍‌ଓ ଏମ୍‌ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ୍‌ ଅପରେଶନ ମୋଡ୍‌ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri