ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ବଲାଙ୍ଗୀର,୯ା୭(ସୁନୀଲ କୁମାର ମହାନ୍ତି): ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଦିଆଯାଇଥିବା ସର୍ବଭାରତୀୟ ବନ୍ଦ ଡାକରା ଯୋଗୁ ବଲାଙ୍ଗୀର ଜିଲାରେ ଜନଜୀବନ ବ୍ୟାହତ ହୋଇଛି। ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ବିଭିନ୍ନ ଶ୍ରମିକ ସଂଗଠନ, ବ୍ୟାଙ୍କ କର୍ମଚାରୀ କାର୍ଯ୍ୟ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି। ବିଭିନ୍ନ ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ସରକାରୀ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସହରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଲି କରାଯାଇଛି। କେନ୍ଦ୍ର ସରକାର ଶ୍ରମିକମାନଙ୍କ ଅଧିକାର କ୍ଷୁଣ୍ଣ କରିବା ପାଇଁ ୨୭ଟି ଶ୍ରମ ଆଇନକୁ ଭାଙ୍ଗିଦେଇ ୪ଟି ଶ୍ରମ କୋଡ୍‌ ତିଆରି କରି ତାକୁ ଲାଗୁ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ କରିଛନ୍ତି ।

ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ବିଭିନ୍ନ ବ୍ୟାଙ୍କ, ଗାଡିମୋଟର ଚଳାଚଳ ବନ୍ଦ ରହିଛି। କେନ୍ଦ୍ର ସରକାର ତୁରନ୍ତ ଏହାକୁ ପ୍ରତ୍ୟାହାର କରନ୍ତୁ ବୋଲି ଦାବି କରିଛନ୍ତି। ବିଭିନ୍ନ ସ୍କିମ୍‌ରେ କାମ କରୁଥିବା ଅଙ୍ଗନଓ୍ବାଡି, ଆଶାକର୍ମୀ, ପାଚିକା ବା ଉଦ୍ୟାନ ସାଥୀ ଭଳି ଶ୍ରମିକଙ୍କୁ ଶ୍ରମିକ ମର୍ଯ୍ୟାଦା ଦେବା, ସେମାନଙ୍କୁ ପାରିଶ୍ରମିକ ଭାବେ ମାସିକ ୨୬ ହଜାର ଟଙ୍କା ବେତନ ଦିଆଯିବା ଏବଂ ଅବସର ପରେ ମାସିକ ୧୦ ହଜାର ଟଙ୍କା ପେନ୍‌ସନ୍‌ ଦିଆଯିବା ଦାବି କରାଯାଉଛି। ଓଡ଼ିଶା ସେଲସ ରିପ୍ରେଜେଣ୍ଟେଟିଭ୍‌ ୟୁନିଅନ, ୟୁନାଇଟେଡ ଟ୍ରେଡ୍‌ ୟୁନିୟନ, ବ୍ୟାଙ୍କ କର୍ମଚାରୀ ସଂଘ, ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri