ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍‌, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ

ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍‌ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍‌ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲିବ। ରେଳ ମନ୍ତ୍ରଣାଳୟର ଏ ସମ୍ପର୍କିତ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଅନୁମୋଦନ କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟହ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ୍‌ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ।

ସେହିପରି ବଲାଙ୍ଗୀର-ବିଛୁପାଲି ମଧ୍ୟରେ ଚାଲୁଥିବା ୨ଟି ପାସେଞ୍ଜର ଟ୍ରେନ୍‌ ସୋନପୁର ଷ୍ଟେଶନ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ ଓ ସୁବର୍ଣ୍ଣପୁର ଜିଲା ନାଗରିକ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ ପରେ ବଲାଙ୍ଗୀର ଏମ୍‌ପି ସିଂହଦେଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ପ୍ରକାଶ ଯେ, ଗତ ୯ ତାରିଖ ଠାରୁ ସୁବର୍ଣ୍ଣପୁର-ପୁରୀ ମଧ୍ୟରେ ଏକ ସାପ୍ତାହିକ ଏକ୍ସପ୍ରେସ ଟ୍ରେନ୍‌ ଚାଲୁଛି । ଫେବୃୟାରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସୁବର୍ଣ୍ଣପୁର ଜିଲା ଖମ୍ବେଶ୍ୱରୀପାଲିରୁ ସୁବର୍ଣ୍ଣପୁର ଷ୍ଟେଶନ ମଧ୍ୟରେ ନୂଆ ରେଳ ଲାଇନ୍‌ ଓ ସୁବର୍ଣ୍ଣପୁର ରେଳ ଷ୍ଟେଶନର ଲୋକାର୍ପଣ କରିଥିଲେ। ସେହିପରି ସୁବର୍ଣ୍ଣପୁରରୁ ଟ୍ରେନ୍‌ ସେବାକୁ ମଧ୍ୟ ଶୁଭାରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri