ମହିଳାଙ୍କ ଉପରେ ବଢୁଛି ହିଂସା: ବଲାଙ୍ଗୀର ଏସ୍‌ପି ଅଫିସ ଘେରାଉ କଲା ମହିଳା ବିଜୁ ଜନତା ଦଳ, ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗୀର,୧୭।୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମହିଳା ବିଜୁ ଜନତା ଦଳ ବୁଧବାର ମହିଳା ମାନଙ୍କ ସୁରକ୍ଷା ନେଇ ଏସ୍‌ପି ଅଫିସ ଘେରାଉ କରିଛି। ଏଥିସହ ଏସ୍‌ପିଙ୍କ ଜରିଆରେ ପୋଲିସ ମହନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ଏବଂ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ହିଂସା ଓ ଅତ୍ୟାଚାର ବିରୁଦ୍ଧରେ, ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକଙ୍କୁ ୭ ଦଫାର ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଜିଲାର ଶତାଧିକ ମହିଳା ବିଜୁ ଜନତା ଦଳର କର୍ମୀମାନେ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରୁ ଏକ ଶୋଭଯାତ୍ରାରେ ବାହାରି ବଲାଙ୍ଗିର ଏସ ପି ଅଫିସକୁ ଆସିଥିଲେ। ରାଜ୍ୟରେ ମହିଳା ସୁରକ୍ଷା ଏବଂ ନ୍ୟାୟ ବ୍ୟବସ୍ଥାକୁ ପୁନରୁଦ୍ଧାର କରିବାକୁ ଦାବି ଜଣାଇଛନ୍ତି l ବିଜୁ ମହିଳା ଜନତା ଦଳର ଜିଲା ପରିଷଦ ସଭାପତି ଦେବକୀ ସାହୁ, ପୌରଧ୍ୟକ୍ଷl ଲିକା ସାହୁ, ସଦର ବ୍ଲକ ଚେୟାରମ୍ୟାନ ସରିତା ବାଗ, ପୁର୍ବତନ ପୌରଧ୍ୟକ୍ଷl ଦମୟନ୍ତୀ ବାଗ, ପାଟଣାଗଡ ଏନ୍‌ଏସି ଚେୟାରମ୍ୟାନ, ଜିଲାପରିଷଦ ସଦସ୍ୟା ଓ ମହିଳା ୱାର୍ଡ କାଉନସିଲର ଓ ବିଜେଡିର ବହୁ ନେତ୍ରୀ ଓ ମହିଳା କର୍ମୀମାନେ ଶୋଭାଯାତ୍ରାରେ ସାମିଲ ହୋଇ ଏସପି ଅଫିସକୁ ଯାଇ ଓଡ଼ିଶା ରାଜ୍ୟରେ ମହିଳା ମାନଙ୍କ ବିରୁଦ୍ଧରେ ଘଟୁ ଥିବା ଅପରାଧ, ଅସମ୍ମାନ, ଅପମାନ ଜନକ ପ୍ରତି ଦୃଷ୍ଟି ଆକର୍ଷଣ କରିଥିଲେ ଓ ବିହିତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ଏସପିଙ୍କ ଅନୁପସ୍ଥିତରେ ଅତିରିକ୍ତ ଏସପିଙ୍କୁ ଦାବିପତ୍ର ଦେଇ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri