ମହିଳାଙ୍କ ଉପରେ ବଢୁଛି ହିଂସା: ବଲାଙ୍ଗୀର ଏସ୍‌ପି ଅଫିସ ଘେରାଉ କଲା ମହିଳା ବିଜୁ ଜନତା ଦଳ, ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗୀର,୧୭।୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମହିଳା ବିଜୁ ଜନତା ଦଳ ବୁଧବାର ମହିଳା ମାନଙ୍କ ସୁରକ୍ଷା ନେଇ ଏସ୍‌ପି ଅଫିସ ଘେରାଉ କରିଛି। ଏଥିସହ ଏସ୍‌ପିଙ୍କ ଜରିଆରେ ପୋଲିସ ମହନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ଏବଂ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ହିଂସା ଓ ଅତ୍ୟାଚାର ବିରୁଦ୍ଧରେ, ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକଙ୍କୁ ୭ ଦଫାର ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଜିଲାର ଶତାଧିକ ମହିଳା ବିଜୁ ଜନତା ଦଳର କର୍ମୀମାନେ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରୁ ଏକ ଶୋଭଯାତ୍ରାରେ ବାହାରି ବଲାଙ୍ଗିର ଏସ ପି ଅଫିସକୁ ଆସିଥିଲେ। ରାଜ୍ୟରେ ମହିଳା ସୁରକ୍ଷା ଏବଂ ନ୍ୟାୟ ବ୍ୟବସ୍ଥାକୁ ପୁନରୁଦ୍ଧାର କରିବାକୁ ଦାବି ଜଣାଇଛନ୍ତି l ବିଜୁ ମହିଳା ଜନତା ଦଳର ଜିଲା ପରିଷଦ ସଭାପତି ଦେବକୀ ସାହୁ, ପୌରଧ୍ୟକ୍ଷl ଲିକା ସାହୁ, ସଦର ବ୍ଲକ ଚେୟାରମ୍ୟାନ ସରିତା ବାଗ, ପୁର୍ବତନ ପୌରଧ୍ୟକ୍ଷl ଦମୟନ୍ତୀ ବାଗ, ପାଟଣାଗଡ ଏନ୍‌ଏସି ଚେୟାରମ୍ୟାନ, ଜିଲାପରିଷଦ ସଦସ୍ୟା ଓ ମହିଳା ୱାର୍ଡ କାଉନସିଲର ଓ ବିଜେଡିର ବହୁ ନେତ୍ରୀ ଓ ମହିଳା କର୍ମୀମାନେ ଶୋଭାଯାତ୍ରାରେ ସାମିଲ ହୋଇ ଏସପି ଅଫିସକୁ ଯାଇ ଓଡ଼ିଶା ରାଜ୍ୟରେ ମହିଳା ମାନଙ୍କ ବିରୁଦ୍ଧରେ ଘଟୁ ଥିବା ଅପରାଧ, ଅସମ୍ମାନ, ଅପମାନ ଜନକ ପ୍ରତି ଦୃଷ୍ଟି ଆକର୍ଷଣ କରିଥିଲେ ଓ ବିହିତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ଏସପିଙ୍କ ଅନୁପସ୍ଥିତରେ ଅତିରିକ୍ତ ଏସପିଙ୍କୁ ଦାବିପତ୍ର ଦେଇ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମୂଳ ମନ୍ଦିରକୁ ବାହୁଡ଼ିଲେ ମା’ ବୁଢ଼ୀ ଠାକୁରାଣୀ: ରଙ୍ଗ-ଫଗୁ ଖେଳି ବର୍ଷକ ପାଇଁ ମେଲାଣି ଦେଲେ ଭକ୍ତ

ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…

ବି. ତୁରୁବୁଡ଼ିରେ ଦୁର୍ଗାପୂଜା: ମଞ୍ଚସ୍ଥ ହେଲା ପୌରାଣିକ ନାଟକ, କଳାକାରଙ୍କ ଜୀବନ୍ତ ଅଭିନୟ ମନ ଜିଣିଲା

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?