ବଲାଙ୍ଗୀର ପାଇଁ ଗର୍ବ: ରଣଜୀ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି, ବିଧାୟକ କହିଲେ….

ବଲାଙ୍ଗୀର,୨୬।୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି ରଣଜୀ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି । ଏହା ବଲାଙ୍ଗୀର ଜିଲା ପାଇଁ ଏକ ଗର୍ବ ଓ ଗୌରବର ବିଷୟ ହୋଇଛି । ଭୁବନେଶ୍ୱର କିଟ୍ ପଡିଆ ଠାରେ ଆରମ୍ଭ ହୋଇଥିବା ଓଡ଼ିଶା – ସର୍ଭିସେସ୍ ରଣଜୀ ମ୍ୟାଚରେ ବଲାଙ୍ଗୀରର ଉଦୟମାନ ଯୁବ କ୍ରିକେଟର ଓମକାର ମହାନ୍ତି ସ୍ଥାନ ପାଇଥିବାରୁ ବଲାଙ୍ଗୀର ଜିଲା କ୍ରୀଡ଼ା ସଂସଦ ଓ ବଲାଙ୍ଗୀରବାସୀ ଶୁଭେଚ୍ଛା ଜଣାଇଛନ୍ତି ।

ବଲାଙ୍ଗୀର ପେଲେସ ଲାଇନ୍‌ର କୌଶିକ ମହାନ୍ତି ଓ ନିବେଦିତା ମହାନ୍ତିଙ୍କ ପୁଅ ହେଉଛନ୍ତି ଓମକାର । ଯୁବ କ୍ରିକେଟର୍‌ ଓମକାରଙ୍କ ଏହି ଅସାଧାରଣ ସଫଳତାକୁ ନେଇ ବଲାଙ୍ଗୀର କ୍ରୀଡ଼ା ସଂସଦ ଏବଂ ଜିଲାର କ୍ରିକେଟପ୍ରେମୀଙ୍କ ମହଲରେ ବେଶ୍ ଖୁସିର ଲହରୀ ଖେଳିଯାଇଛି । ଜଣେ ଯୁବ ଖେଳାଳି ଭାବେ ରାଜ୍ୟସ୍ତରୀୟ ଦଳରେ ସ୍ଥାନ ପାଇବା ବଲାଙ୍ଗୀରର କ୍ରିକେଟ ଜଗତ ପାଇଁ ଏକ ଅତ୍ୟନ୍ତ ଉତ୍ସାହଜନକ ଖବର ଅଟେ । ଓମକାର ଆଗାମୀ ମ୍ୟାଚଗୁଡ଼ିକରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଓଡ଼ିଶା ତଥା ବଲାଙ୍ଗୀରର ନାମକୁ ଜାତୀୟ ସ୍ତରରେ ଉଜ୍ଜ୍ୱଳ କରନ୍ତୁ ବୋଲି ସମସ୍ତେ ଆଶା ପ୍ରକାଶ କରିଛନ୍ତି ।

ଅନ୍ୟପଟେ ଆଜି ଠାରୁ ଭୁବନେଶ୍ୱର କିଟ୍ ପଡିଆରେ ଆରମ୍ଭ ହୋଇଥିବା ଓଡିଶା – ସର୍ଭିସେସ୍ ରଣଜୀ ମ୍ୟାଚରେ ବଲାଙ୍ଗୀରର ଉଦୟମାନ ଯୁବ କ୍ରିକେଟର ଓମକାର ମହାନ୍ତି ସ୍ଥାନ ପାଇଥିବା ଖବର ପାଇ ମୁଁ ଅତ୍ୟନ୍ତ ଆନନ୍ଦିତ । ଓମକାରଙ୍କୁ ବଲାଙ୍ଗୀରବାସୀଙ୍କ ତରଫରୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ ତାଙ୍କର ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କ ଏମିତି କଥା ଶୁଣି ହସିଲେ ମୋଦି: କହିଲେ, ଯୋଗୀ ଜୀଙ୍କୁ ଧନ୍ୟବାଦ ଦିଅ’, ଜାଣନ୍ତୁ କ’ଣ ଘଟିଲା

ବାରାଣସୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବାରାଣସୀ ଗସ୍ତରେ ଯାଇ ଅରବିନ୍ଦ ଲିମିଟେଡ୍‌ର ନୂତନ ପୋଷାକ ନିର୍ମାଣ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ…

ରାୟଗଡ଼ାରେ ଜନନୀ ଯନ୍ତ୍ରଣା, ମୃତ ସନ୍ତାନ ଜନ୍ମ ଦେଲେ ପ୍ରସୂତି

କାଶୀପୁର,୨୬।୧୦(ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ୫ଦିନ ମଧ୍ୟରେ ୨ଟି ଘଟଣା ଜିଲାର ସ୍ବାସ୍ଥ୍ୟ ସେବାର ଚିତ୍ରକୁ ସ୍ପଷ୍ଟ…

୪ ହଜାର କୋଟି ଟଙ୍କାର ଫିଲ୍ମ କରିବାକୁ ଏମିତି ପନ୍ଥା ଆପଣାଇଥିଲେ ସାଇ ପଲ୍ଲବୀ: ଖୋଲିଲେ ସିକ୍ରେଟ୍‌

ନୂଆଦିଲ୍ଲୀ,୨୬।୧୦: ପାଖାପାଖି ୪ ହଜାର କୋଟି ବଜେଟ୍‌ରେ ନିର୍ମିତ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ମାତା ସୀତାଙ୍କ ଚରିତ୍ରରେ ନଜର ଆସିବେ ଅଭିନେତ୍ରୀ ସାଇ ପଲ୍ଲବୀ। ଏହି ଭୂମିକାକୁ…

ଖବର ପ୍ରସାରଣ ପରେ ତପନଙ୍କୁ ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ବଞ୍ଚୋ,୨୬।୧୦(ପ୍ରଦୋଷ ବିଶ୍ୱାଳ ): ଗରିବ ଶ୍ରମିକ ତପନ କୁମାର ବରାଳଙ୍କ ଦୁର୍ଦ୍ଦଶା ସମ୍ପର୍କିତ ଖବର ପ୍ରସାରଣ ପରେ ତାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଆନନ୍ଦପୁର ଉପଜିଲାପାଳ ନୀଳମାଧବ…

ଏକାଠି ହେଲେ ୪ କ୍ୟାଡର ଅଧିକାରୀ, ୫ ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର

ଖୋର୍ଦ୍ଧା,୨୬।୧୦(ପ୍ରଭାତ ପାଣିଗ୍ରାହୀ): ଦରମାରେ ସଂଶୋଧନ, ପଦୋନ୍ନତିର ସୁଯୋଗ, କ୍ଷେତ୍ର ପରିଦର୍ଶନ ପାଇଁ ଯାତାୟାତ ସୁବିଧା ସମେତ ୫ଦଫା ଦାବି ନେଇ ନିଖିଳ ଓଡ଼ିଶା ବ୍ଲକ ସମ୍ପ୍ରସାରଣ ଅଧିକାରୀ…

ମାଝୀଗୁଡ଼ା ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୪ ଗିରଫ, ଜବତ ହେଲା…

​କଲ୍ୟାଣସିଂହପୁର, ୨୬।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ମାଝୀଗୁଡ଼ା ନିକଟରେ ଚାଲିଥିବା ଏକ ବେଆଇନ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବାବେବିରା ଗାଁରେ ଶୋକର ଛାୟା, ମଳୟଙ୍କ ପରିବାରକୁ ଭେଟିଲେ ଦୂତୀ ଚାନ୍ଦ

ଅତାବିରା,୨୬।୧୦(ଯୁଧିଷ୍ଠିର ମହାପାତ୍ର ): ଯେଉଁ ମାଟିରେ ଦିନେ ଖେଳି ଖେଳି ବଡ଼ ହେବାର ସ୍ୱପ୍ନ ଦେଖିଥିଲେ, ସେହି ମାଟି ଆଜି ତା’ର ସୁନାପୁଅକୁ ହରାଇ ସ୍ତବ୍ଧ ।…

୫୪ ବର୍ଷରେ ପହଞ୍ଚିଲା ବଡ଼ଗାଁ ଗଜଲକ୍ଷ୍ମୀ ପୂଜା

ବଡ଼ଗାଁ.୨୬।୧୦(ଅଶୋକ ଷଡ଼ଙ୍ଗୀ ) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଦେବ ମଣ୍ଡପସ୍ଥିତ ଲକ୍ଷ୍ମୀ ମଣ୍ଡପରେ ୫୪ ବର୍ଷ ହେଲା ଆନନ୍ଦ ଉଲ୍ଲାସରେ ହେଉଛି ମା’ ଗଜଲକ୍ଷ୍ମୀଙ୍କ ପୂଜା। ୧୯୭୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?