ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା କୃଷି ଅଧିକାରୀ

ବଲାଙ୍ଗୀର ଅଫିସ, ୨୮।୯: ବଲାଙ୍ଗୀର ଜିଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପଣ୍ଡକିଟାଲ ଗାଁର ସାର ଦୋକାନୀ ଦୁର୍ଯ୍ୟୋଧନ ବାରିକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଦୁର୍ଯ୍ୟୋଧନ ଏକ ସାର ଦୋକାନ କରିଥିବା ବେଳେ ସାର ବିକ୍ରି ପାଇଁ ମାଗଣାରେ ପି.ଓ.ଏସ୍‌ ବା ପଏଣ୍ଟ ଅଫ ସେଲ ମେଶିନ ତାଙ୍କୁ ମିଳିବା କଥା । କିନ୍ତୁ ମାଗଣା ମେଶିନ ଦେବା ବଦଳରେ ଜିଲା କୃଷି ଅଧିକାରୀ ୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଦୁର୍ଯ୍ୟୋଧନ ଏ ନେଇ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ମଙ୍ଗଳବାର ନିଜ ଅଫିସରେ କେମିକାଲ ମିଶା ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଥିଲେ। ପରେ ତାଙ୍କ ଘରେ ଖାନ୍‌ତଲାସୀ ଚାଲିଥିଲା। ତାଙ୍କୁ ଗିରଫ କରାଯାଇ ତଦନ୍ତ ଚାଲିଛି। ତେବେ କୃଷି ଅଧିକାରୀ ଏହାକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ହତ୍ୟା ଉଦ୍ୟମ ମାମଲା, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ମହୁଡ଼ା ନିକଟ ବରପଲ୍ଲି ଗାଁର କୃଷ୍ଣ ନାୟକଙ୍କୁ ମାମଲା ନଂ.୧୦୮/୨୨...

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ...

ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି

ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍‌ୱେଲ୍‌ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି।...

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ...

ଶବ୍ଦରେ ପାକସ୍ଥଳୀ, ଚିତ୍ରରେ ବୃକ୍‌କ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ତୃତୀୟ ଶ୍ରେଣୀର ଭାଷା ପଠନ ପୁସ୍ତିକାରେ ତ୍ରୁଟି ପରିଲକ୍ଷିତ ହୋଇଥିବା ଖବର ସୋମବାର ‘ଧରିତ୍ରୀ’ର ତୃତୀୟ...

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ...

୩୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୨ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ...

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ...

Advertisement
Archives

Model This Week