ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ, ଚାକିରିରୁ ହେଲେ ନିଲମ୍ବନ

ବଲାଙ୍ଗୀର, ୯।୧: (ସୁନିଲ କୁମାର ମହାନ୍ତି): ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ ଚାକିରିରୁ ମଧ୍ୟ ନିଲମ୍ବନ କରାଯାଇଥିବା ଜଣାପଡିଛି। ବୁଧବାର ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ଉପରେ ଅଧିକାରୀଙ୍କ ମତାମତ ନେବାକୁ ଯାଇଥିବା ସମୟରେ ମଦ ପିଇ ମାତାଲ ଅବସ୍ଥାରେ ଥିବା କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗର ଯନ୍ତ୍ରୀ ଚିନ୍ମୟ ସାହୁ ଟିଟିଲାଗଡ଼ର ଗଣମାଧ୍ୟମ ପ୍ରତିନିଧି ଅବିନାଶ ନନ୍ଦ, ସଞ୍ଜୟ ବେହେରା ଓ ତରୁଣ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆକ୍ରମଣର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଏହି ଘଟଣାକୁ ନେଇ ଟିଟିଲାଗଡ଼ ଥାନା ପୋଲିସ ମାମଲା ରୁଜୁ କରି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ନାମଞ୍ଜୁର ହେବାରୁ ଉଭୟ ଯନ୍ତ୍ରୀଙ୍କୁ ଜେଲ ପଠାଇ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri