Posted inରାଜ୍ୟ

ବଲାଙ୍ଗୀର: ସପ୍ତାହକୁ ଥରେ ବନ୍ଦ ରହିବ ଧର୍ମାନୁଷ୍ଠାନ

ବଲାଙ୍ଗୀର ଅଫିସ, ୫ା୧: ମଙ୍ଗଳବାରଠାରୁ ବଲାଙ୍ଗୀର ଜିଲାର ଧାର୍ମିକ ଅନୁଷ୍ଠାନ ଯଥା ମନ୍ଦିର, ଗୀର୍ଜା, ମସଜିଦ୍‌, ଗୁରୁଦ୍ୱାରା ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଛି। ଜିଲାପାଳ କାର୍ଯ୍ୟାଳୟ ଜରୁରୀ ଶାଖା ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶାବଳୀରେ ଧାର୍ମିକ ଅନୁଷ୍ଠାନ ଖୋଲିବା ତଥା ସେଠାରେ ଜନସାଧାରଣ ଦର୍ଶନ ଓ ଉପାସନା କରିବା ବେଳେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର(ଏସ୍‌ଓପି) ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶନାମା ପରେ ଦୀର୍ଘ ସାଢ଼େ ୯ ମାସ ହେଲା ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ବନ୍ଦ ରହିଥିବା ଧାର୍ମିକ ଅନୁଷ୍ଠାନଗୁଡିକ ଖୋଲିବ। ଲୋକେ ଧାର୍ମିକ ଅନୁଷ୍ଠାନ ଗଲାବେଳକୁ ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ା ଏହାସହିତ ସପ୍ତାହରେ ଗୋଟିଏ ଦିନ ଧର୍ମାନୁଷ୍ଠାନଗୁଡିକ ବନ୍ଦ ରହିବ ଓ ସାନିଟାଇଚେସନ୍‌ କରାଯିବ। କୌଣସି ଧାର୍ମିକ ଅନୁଷ୍ଠାନ ଭିତରେ ପ୍ରସାଦ ସେବନକୁ ବାରଣ କରାଯାଇଥିବା ବେଳେ ଭକ୍ତମାନେ ଦେବାଦେବୀଙ୍କ ମୂର୍ତ୍ତିକୁ ନ ଛୁଇଁବାକୁ କୁହାଯାଇଛି। ଏହା ସହିତ ୬୫ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକ, ୧୦ ବର୍ଷରୁ ତଳ ବୟସ୍କ ପିଲାଛୁଆ, ଗର୍ଭବତୀ ମହିଳା ଏବଂ ସଂକ୍ରମଣ ରୋଗପ୍ରତି ସମ୍ବେଦନଶୀଳ ବ୍ୟକ୍ତି ମନ୍ଦତର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଧର୍ମାନୁଷ୍ଠାନ ପ୍ରବେଶ ପଥ ଓ ପ୍ରସ୍ଥାନ ପଥ ଅଲଗା ଚିହ୍ନଟ, ଭକ୍ତଙ୍କ ପରିଚାଳନା ପାଇଁ ବାରିକେଡ, ପ୍ରବେଶ ପଥରେ ଥର୍ମାଲ ସ୍କାନିଂ କରି ଭକ୍ତଙ୍କୁ ପ୍ରବେଶ କରାଯିବା ନେଇ ପରାମର୍ଶ ଦିଆଯାଇଛି। ମନ୍ଦିର ପୂଜକ ଓ ଟ୍ରଷ୍ଟ ତଥା କମିଟି ପ୍ରତିନିଧିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହି ନିୟମକୁ କଡାକଡି ଭାବେ ପାଳନ କରାଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ା ସୁଚାରୁରୂପେ ଧାର୍ମିକ ଅନୁଷ୍ଠାନ ଖୋଲିବା, ଜନସାଧାରଣଙ୍କ ସୁଗମ ଦର୍ଶନ ଓ ଉପାସନା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ଏନେଇ ପ୍ରଶାସନ ପକ୍ଷରୁ ନଜର ଦେବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । କୌଣସି ବ୍ୟକ୍ତି ନିର୍ଦ୍ଦେଶନାମ ଖିଲାପ କଲେ ତାଙ୍କ ଉପରେ ନିୟମାନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri