ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ

ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍‌ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ ଅଫିସ ଚ୍ୟାମ୍ବର ଭିତରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି ା ଏ ନେଇ ପୀଡିତା ମହିଳା ଜଣକ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ସୁରକ୍ଷା ଲୋଡିଥିବା ଜଣାପଡିଛି। ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବେ ବୋଲି ସମ୍ପୃକ୍ତ ବିଧବା ମହିଳା କର୍ମଚାରୀ ଜଣକ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି । ଏଭଳି ଅଭିଯୋଗ ପାଇବା ପରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଉପଜିଲାପାଳଙ୍କ ଅଫିସରୁ ଅନ୍ୟ ଅଫିସକୁ ବଦଳି କରାଯାଇଛି। ଅଭିଯୋଗ ସଙ୍ଗିନ ହୋଇଥିବାରୁ ଏକ ତିନିଜଣିଆ ଜିଲାସ୍ତରୀୟ କମିଟିକୁ ଘଟଣାର ତଦନ୍ତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଭିଯୋଗ ସମ୍ପର୍କରେ ଉପଜିଲାପାଳ ମିଶ୍ରଙ୍କୁ ଶୁକ୍ରବାର ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶ୍ନ କରିବା ପରେ ଏହା ଏକ ବିବାଦୀୟ ପ୍ରସଙ୍ଗ। ଏଣୁ ଏହା ଉପରେ ସେ କିଛି କହିପାରିବେ ନାହିଁ ବୋଲି ମନ୍ତବ୍ୟ ଦେଇଛନ୍ତି। ଅନ୍ୟପକ୍ଷେ ଏହି ଘଟଣାରେ ଉପଜିଲାପାଳ ମିଶ୍ରଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି ।
ବଲାଙ୍ଗୀର ଉପଜିଲାପାଳଙ୍କ ଅଫିସରେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ ଭାବେ କାମ କରୁଥିବା ଜଣେ ବିଧବା ମହିଳାଙ୍କୁ କିଛିଦିନ ତଳେ ଉପଜିଲାପାଳ ମିଶ୍ର ତାଙ୍କ ଅଫିସ ଚ୍ୟାମ୍ବରକୁ ଡାକିଥିଲେ । ସେଠାକୁ ଯିବା ପରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଉପଜିଲାପାଳ ମିଶ୍ର କୁଆଡେ ଅସଦାଚରଣ କରିଥିଲେ। ଏହାପରେ ମହିଳା ଜଣକ ସେଠାରୁ ପଳାଇ ଯାଇଥିଲେ । ଏହି ଘଟଣାକୁ ନେଇ ମହିଳା କର୍ମଚାରୀ ଜଣକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ଲିଖିତ ଭାବେ ଜଣାଇଥିଲେ ଏବଂ ସେହି ଅଫିସରେ ସେ ଆଉ କାମ କରିବେ ନାହିଁ ବୋଲି ଜଣାଇ ସୁରକ୍ଷା ଲୋଡିଥିଲେ। ଏହାପରେ ଜିଲାପାଳ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଉପଜିଲାପାଳଙ୍କ ଅଫିସରୁ ଅନ୍ୟ ଏକ ଅଫିସକୁ ବଦଳି କରିବା ସହ ତଦନ୍ତ ପାଇଁ ଜିଲାସ୍ତରୀୟ ଲୋକାଲ କମ୍ପ୍ଲେନ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କମିଟିର ତିନିଜଣିଆ ସଦସ୍ୟା ସମ୍ପୃକ୍ତା ମହିଳା କର୍ମଚାରୀଙ୍କୁ ଡାକି କାଉନ୍‌ସେଲିଂ କରିବା ସହ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ସରକାରଙ୍କୁ ପଠାଇଥିବା କମିଟି ସଦସ୍ୟା ସୁଚିତା ପୁଷ୍ପା ସୂଚନା ଦେଇଛନ୍ତି। ଆଗକୁ ଉଭୟ ପକ୍ଷଙ୍କୁ ନୋଟିସ କରି ତଦନ୍ତ ପାଇଁ ଡକାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri