Posted inଜାତୀୟ

ବାଲାସାହେବଙ୍କ ସ୍ବପ୍ନ ପୂରଣ ହେଲା

ମୁମ୍ବାଇ, ୫।୭: ଏକନାଥ ଶିନ୍ଦେ ସୋମବାର ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ବକ୍ତବ୍ୟ ରଖିଛନ୍ତି। ଭାଜପା ସହ ମିଶି ସରକାର ଗଢ଼ିବା ପାଇଁ ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍‌ରେଙ୍କ ସ୍ବପ୍ନ ପୂରଣ ହୋଇଥିବା ଶିନ୍ଦେ କହିଛନ୍ତି। ସେ ଆହୁରି କହିଥିଲେ, ଗତ ୨୦ ଦିନରେ ଘଟିଥିବା ଘଟଣାକୁ ନେଇ କୌଣସି ବିଧାୟକ ପ୍ରଶ୍ନ କରି ନ ଥିଲେ। ମୋତେ କିପରି ବ୍ୟବହାର ମିଳୁଥିଲା ସେ ନେଇ ସେମାନେ ସମସ୍ତେ ଅବଗତ। ଦୀର୍ଘଦିନ ଧରି ତାଙ୍କୁ ଅଣଦେଖା କରାଯାଇଥିଲା। ଏହି ସମୟରେ ସେ କୋହ ସମ୍ଭାଳି ନ ପାରି କାନ୍ଦି ପକାଇଥିଲେ। କହିଥିଲେ, ପୂର୍ବର ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟବେଳେ ସେ ପ୍ରାୟ ମୁଖ୍ୟମନ୍ତ୍ରୀ ହୋଇସାରିଥିଲେ। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ବିରୋଧରେ ଯିବାରୁ ତାଙ୍କୁ ଏବଂ ପରିବାରକୁ ଧମକ ମିଳୁଥିଲା। ସେମାନେ ମୋ ପରିବାର ଉପରେ ଆକ୍ରମଣ କରିଥିଲେ। ଡଙ୍ଗାବୁଡ଼ିରେ ଦୁଇ ସନ୍ତାନଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ବହୁତ ଭାଙ୍ଗିପଡ଼ିଥିଲି। ଶିବସେନାର ଆଦର୍ଶ ଆନନ୍ଦ ଦିଘେ ତାଙ୍କ ସହ ଛିଡ଼ା ହୋଇଥିଲେ’ ବୋଲି ଶିନ୍ଦେ ଭାବବିହ୍ବଳ ହୋଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri