ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ ରଘୁନାଥ ପ୍ରଧାନ, ମନୋଜ କୁମାର ନାୟକ ଏବଂ ନାରାୟଣ ଚନ୍ଦ୍ର ସାହୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଉପସଭାପତି ପଦବୀରେ ସୂର୍ଯ୍ୟକାନ୍ତ କର ଓ ରଣଜିତ୍‌ ପଣ୍ଡା, ସମ୍ପାଦକ ପଦବୀ ପାଇଁ ଦୀପକ କୁମାର ଦାଶ ଓ ସମ୍ବିତ କୁମାର ନନ୍ଦୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦୁଇଟି ସହସମ୍ପାଦକ ପଦବୀ ପାଇଁ ସୌରୀ ଶଙ୍କର ପରି ଜିତେନ୍ଦ୍ର କୁମାର ଉପାଧ୍ୟାୟ, ସେକ୍‌ ମହମ୍ମଦ ଗୋଲାମ ହମିଦ ଓ ଅଜୟ କୁମାର ବାରିକ, କୋଷାଧ୍ୟକ୍ଷ ପାଇଁ ଶିବଶଙ୍କର ପଣ୍ଡା ଓ ବିଜୟ କୁମାର ପରି ପ୍ରାର୍ଥୀ ଭାବେ ଲଢୁଛନ୍ତି।

ସେହିପରି ୧୨ଜଣ ଏକ୍‌ଜିକ୍ୟୁଟିଭ୍‌ ମେମ୍ବର ପଦବୀ ନିମନ୍ତେ ୨୨ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଅପରପକ୍ଷରେ ସହ-କୋଷାଧ୍ୟକ୍ଷ ଭାବେ ବାସନ୍ତୀ ସାହୁ ନିଦ୍ୱର୍ନ୍ଦରେ ର୍ନିବାଚିତ ହୋଇଥିଲେ। ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଭୋଟିଂ ଆରମ୍ଭ ହୋଇଛି l ଅପରାହ୍ନ ୩ଟାରେ ଶେଷ ହେବ। ଭୋଟିଂ ପରେ ଗଣତି ଆରମ୍ଭ ହୋଇ ଫଳାଫଳ ପ୍ରକାଶିତ ହେବ। ନିର୍ବାଚନ ଅଧିକାରୀଙ୍କ ସମେତ ୧୮ଜଣ ସହ ନିର୍ବାଚନ ଅଧିକାରୀ ନିର୍ବାଚନ ପରିଚାଳନା କରିବେ ବୋଲି ନିର୍ବାଚନ ଅଧିକାରୀ କାର୍ତ୍ତିକ ଚନ୍ଦ୍ର ସିଂ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?