ପ୍ରବଳ ବର୍ଷାରେ ବାଲେଶ୍ୱର ସହର ଜଳମଗ୍ନ: ଜନଜୀବନ ଅସ୍ତବ୍ୟସ୍ତ

ବାଲେଶ୍ୱର, ୨।୯(ବାଞ୍ଛାନିଧି ଦେ): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ମଙ୍ଗଳବାର କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳରେ ବିଭିନ୍ନ ଗଳି, ଛକ, ରାସ୍ତାରେ ୨/୩ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଛି। ଚି ପୋଲ, ନୁଆସାହି, ତେଲେଙ୍ଗା ସାହି ଛକ ଆଦିରେ ବର୍ଷା ଜଳ ଜମି ରହି ଯାତାୟାତ ବାଧାପ୍ରାପ୍ତ ହୋଇଛି । ଏପରିକି ଅରଡ଼ ବଜାର ଓ କଂଗ୍ରେସ ଗଳିରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ବହୁ ଦୋକାନ ଓ ଘର ଭିତରେ ବର୍ଷା ପାଣି ପ୍ରବେଶ କରି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜଳ ନିଷ୍କାସନକୁ ନେଇ ସହରବାସୀ ଅସନ୍ତୋଷ ପ୍ରକାଶ କରୁଥିବାବେଳେ ଗମନାଗମନ ବାଧାପ୍ରାପ୍ତ ହୋଇଛି । ଗତକାଲି ରାତିରେ ବିଜୁଳି,ଘଡଘଡି ସହ ପ୍ରବଳ ବର୍ଷା ଯୋଗୁ ସହରର ପରିସ୍ଥିତି ବେହାଲ ହୋଇପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri