ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଔପଦା ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ବହିଷ୍କୃତ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ପୃଥ୍ୱୀରାଜ କର ମଙ୍ଗଳବାର ଅପରାହ୍ନରେ ପ୍ରେମ କରୁଥିବା ଶିକ୍ଷୟତ୍ରୀଙ୍କ ଘରେ ପଶି ଏକ ଧାରୁଆ ଛୁରୀରେ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏହି ବର୍ବର କାଣ୍ଡରେ ଶିକ୍ଷୟତ୍ରୀଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଔପଦା ଥାନା ଅଧୀନ ଉକ୍ତ ବିଦ୍ୟାଳୟରେ ଯୁବତୀ ବିଜ୍ଞାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଅଭିଯୁକ୍ତ ଶିକ୍ଷକ ପୃଥ୍ୱୀରାଜ ତାଙ୍କୁ ଦୀର୍ଘ ଦିନ ହେବ ଏକତରଫା ପ୍ରେମ କରିବା ସହ ଅଶ୍ଳୀଳ ବ୍ୟବହାର ଓ ମୋବାଇଲ୍‌ ମେସେଜ୍ ପଠାଉଥିବା ନେଇ ଗତ ୨୦.୦୯.୨୦୨୫ ତାରିଖରେ ଔପଦା ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ଆଧାର କରି ଥାନାରେ ମାମଲା ନଂ- ୧୫୩/୨୫ ରୁଜୁ କରାଯାଇଥିବାବେଳେ ଶିକ୍ଷା ବିଭାଗ ପକ୍ଷରୁ ଅଭିଯୁକ୍ତ ପୃଥ୍ୱୀରାଜଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିଲା।

ଚାକିରିରୁ ବହିଷ୍କୃତ ହେବା ପରେ ପ୍ରତିଶୋଧପରାୟଣ ହୋଇ ପୃଥ୍ୱୀରାଜ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏକ ଧାରୁଆ କାତି ଧରି ପାଟପୁରସ୍ଥିତ ଶୁଚିସ୍ମିତାଙ୍କ ବାସଭବନରେ ପହଞ୍ଚିଥିଲେ। କିଛି ବୁଝିବା ଆଗରୁ ସେ ଅତର୍କିତ ଭାବେ ଘରେ ପଶି ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଏହି ଘାତକ ଆକ୍ରମଣରେ ଶିକ୍ଷୟତ୍ରୀ, ତାଙ୍କ ବାପା, ମା’, ସାନ ଭାଇ  ଏବଂ ଜଣେ ଦାଦା ଗୁରୁତର ଭାବେ ଆହତ ହୋଇଛନ୍ତି।

ଘଟଣାସ୍ଥଳରେ ଆହତମାନଙ୍କ ଚିତ୍କାର ଶୁଣି ଆଖପାଖର ଲୋକେ ଦୌଡ଼ି ଆସି ଅଭିଯୁକ୍ତ ପୃଥ୍ୱୀରାଜଙ୍କୁ କାବୁ କରିବା ସହ ବାନ୍ଧି ପକାଇଥିଲେ। ପରେ ଘଟଣା ସମ୍ପର୍କରେ ପୋଲିସକୁ ଖବର ଦିଆଯିବାରୁ ପୋଲିସ ସେଠାରେ ପହଞ୍ଚି ଅଭିଯୁକ୍ତଙ୍କୁ ଥାନାକୁ ଆଣିଛି। ଅନ୍ୟପକ୍ଷରେ, ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ଚିକିତ୍ସା ନିମନ୍ତେ ସୋର ହସ୍ପିଟାଲକୁ ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?