ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୭:  ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ୟାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୁଇଟ କରି କହିଛନ୍ତି, ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri