୧୨ ଘଣ୍ଟା ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ, ୧୭ା୬ ବାଲେଶ୍ୱର ଜିଲା ପୋଲିସ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ସହରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ଏହାର ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ (୧୨ ଘଣ୍ଟିଆ) ବନ୍ଦ ସମ୍ପୂର୍ଣ୍ଣ ସଫଳ ହୋଇଛି। ବିଭିନ୍ନ ଗଣସଙ୍ଗଠନ ଓ ରାଜନୈତିକ ଦଳର କର୍ମୀମାନେ ସହରରେ ଥିବା ବିଭିନ୍ନ ବ୍ୟାଙ୍କ୍‌, ବୀମା, ଡାକ ଓ ସରକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ କୌଣସି କର୍ମଚାରୀ ପ୍ରବେଶ କରିପାରି ନ ଥିଲେ। ବଡ଼ ବଡ଼ ବ୍ୟବସାୟିକ ଅନୁଷ୍ଠାନ, ପନିପରିବା, ଫଳ ଓ ମାଛ ମାର୍କେଟ୍‌ ସମ୍ପୂର୍ଣ୍ଣ ବନ୍ଦ ଥିଲା। ରଜ ଛୁଟି ପରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅଫିସ୍‌ଗୁଡ଼ିକ ଖୋଲିବାର ଥିଲେ ମଧ୍ୟ କୌଣସି ସରକାରୀ ଅଫିସ୍‌, କୋର୍ଟ କଚେରୀ, ପୌର କାର୍ଯ୍ୟାଳୟ ଖୋଲି ପାରିନଥିଲା। ସହରରେ କେବଳ ଦୁଇଚକିଆ ଯାନ ଚଳାଚଳ ବ୍ୟତୀତ ଅନ୍ୟ ସମସ୍ତ ପ୍ରକାର ଗାଡ଼ି ଚଳାଚଳ ଓ ପେଟ୍ରୋଲ୍‌ ପମ୍ପ୍‌ଗୁଡ଼ିକ ବନ୍ଦ ଥିବାର ଦେଖାଯାଇଥିଲା। ସହରର ମୁଖ୍ୟ ବ୍ୟବସାୟ କେନ୍ଦ୍ର ମୋତିଗଞ୍ଜ ବଜାର ଓ ନୂଆବଜାରରେ କୌଣସି ବ୍ୟବସାୟ ପ୍ରତିଷ୍ଠାନ ଖୋଲା ନ ଥିଲା। ଷ୍ଟେଶନ ଛକ, ଫକୀରମୋହନ ଗୋଲେଇ, ଫାଣ୍ଡି ଛକ, ଗୋଳାପୋଖରୀ ଛକ ଓ ବସ୍‌ଷ୍ଟାଣ୍ଡ୍‌ରେ ଆନ୍ଦୋଳନକାରୀମାନେ ଜିଲା ପୋଲିସ୍‌ର ଅପାରଗତା ବିରୋଧରେ ବିଭିନ୍ନ ପ୍ରକାର ନାରା ଦେଇ ରାସ୍ତା ଅବରୋଧ କରିଥିଲେ। ପରିବହନ ଶ୍ରମିକ, ଉଠାଦୋକାନୀ, ଅଟୋ, ଟ୍ୟାକ୍ସି ଓ ରିକ୍ସାଚାଳକମାନେ ବନ୍ଦକୁ ଦୃଢ଼ ସମର୍ଥନ ଜଣାଇଥିଲେ।
ଗତ କିଛିଦିନ ଧରି ଚୋରି, ଡକାୟତ, ଲୁଟ୍‌, ଛିନ୍‌ତାଇ, ରାହାଜାନି, ହତ୍ୟା, ଗୁଳିଚାଳନା ଓ ନିଶା କାରବାର ଆଦି ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରୁ ଜିଲା ଓକିଲ ସଂଘ ଓ ବାଲେଶ୍ୱର ସିଭିଲ୍‌ ସୋସାଇଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଆହ୍ବାନକୁ ବରିଷ୍ଠ ନାଗରିକ ମଞ୍ଚ ସମେତ ବିଭିନ୍ନ ସାମାଜିକ, ସାଂସ୍କୃତିକ ସଙ୍ଗଠନ, ସମସ୍ତ ବାମପନ୍ଥୀ ଦଳ ଏବଂ କଂଗ୍ରେସ ଦଳ ସମେତ ସେମାନଙ୍କର ଗଣସଙ୍ଗଠନରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପସଭାପତି ମାନସ କୁମାର ଦତ୍ତ ବନ୍ଦ ଡାକରା ଦେଇଥିଲେ। ଯଦି ଗୃହ ବିଭାଗ ଖୋଦ୍‌ ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ୱ ରହିଛି। ସହରରେ ଶାନ୍ତିଶୃଙ୍ଖଳା ଫେରାଇ ଆଣିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଭାଜପା ଦାବି କରିଛି। ଭାଜପା କର୍ମୀମାନେ ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସହରର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବ୍ୟାପକ ପୋଲିସ୍‌ ମୁତୟନ ହୋଇଥିଲେ। ଖୁବ୍‌ଶୀଘ୍ର ସରକାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ବଦଳି କରି ତୁରନ୍ତ ଅପରାଧ ନିୟନ୍ତ୍ରଣ ଦିଗରେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନରେ ସାରା ଜିଲାକୁ ବନ୍ଦ କରାଯିବ ବୋଲି ଜିଲା ଓକିଲ ସଂଘ ଓ ସିଭିଲ୍‌ ସୋସାଇଟି ପକ୍ଷରୁ ଚେତାବନୀ ଦେଇଛନ୍ତି। ଏହି ୧୨ଘଣ୍ଟିଆ ବନ୍ଦ ଆନ୍ଦୋଳନରେ ଜିଲା ଓକିଲ ସଂଘର ସଭାପତି ମନୋଜ ନାୟକ ଓ ସମ୍ପାଦକ ସମ୍ବିତ୍‌ ନନ୍ଦୀ, ବାଲେଶ୍ୱର ସିଭିଲ୍‌ ସୋସାଇଟିର ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଓ ବରିଷ୍ଠ ନାଗରିକ ମଞ୍ଚର ଜିଲା ସମ୍ପାଦକ ଲକ୍ଷ୍ମୀଧର ବେହେରାଙ୍କ ସମେତ ବାମପନ୍ଥୀ ଦଳ ଓ ଜାତୀୟ କଂଗ୍ରେସ ପକ୍ଷରୁ ଦଳୀୟ ନେତା ଓ ସେମାନଙ୍କର ବିଭିନ୍ନ ଗଣସଙ୍ଗଠନରୁ ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା, ଶିଶିର ହୁଇ, ଗୌରାଙ୍ଗ ପାଣିଗ୍ରାହୀ, ଜୟନ୍ତ ଦାସ, ନିରଞ୍ଜନ ପରିଡ଼ା, ପ୍ରେମରଞ୍ଜନ ପାତ୍ର, ବିକ୍ରମ ପଣ୍ଡା, ଅର୍ଚ୍ଚନା ନନ୍ଦୀ, ବିକାଶ ଦାସ, ବାସନ୍ତୀ ସାମଲ, ତୁଷାରକାନ୍ତି ତପସୀ, ବିଜୟ ପାତ୍ର, ଆଇନଜୀବୀ ଶକ୍ତିଧର ସାନ୍ତରା, ଶାନ୍ତନୁ ଦାସ, ସୂର୍ଯ୍ୟକାନ୍ତ କର ପ୍ରମୁଖ ଶାନ୍ତିପୂର୍ଣ୍ଣ ବନ୍ଦ ଆନ୍ଦୋଳନରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?