ବାଲେଶ୍ୱର ଦେଶର ସବୁଠୁ ପ୍ରଦୂଷିତ ସହର: ଓଡ଼ିଶାର ୩ ସହରର ବାୟୁ ଗୁଣବତ୍ତା ଅତି ଖରାପ

ଭୁବନେଶ୍ୱର,୨୬।୧୨: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁସାରେ ଓଡ଼ିଶାର ତିନୋଟି ସହରାଞ୍ଚଳର ବାୟୁକୁ ‘ଅତି ଖରାପ’ (Very Poor) ଶ୍ରେଣୀଭୁକ୍ତ କରାଯାଇଛି।

ସିପିସିବି ତଥ୍ୟ ଅନୁଯାୟୀ, ଓଡ଼ିଶାର ବାଲେଶ୍ୱର, ତାଳଚେର ଏବଂ ବାରିପଦା ସହରରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ନିମ୍ନ ସ୍ତରରେ ରହିଛି।

ବାଲେଶ୍ୱର ଦେଶର ସର୍ବାଧିକ ପ୍ରଦୂଷିତ ସହର ପାଲଟିଛି, ଏଠାରେ AQI ୩୩୮ ରହିଛି। ଏହାପରେ AQI ୩୨୦ ସହିତ ଅନୁଗୁଳ ଜିଲାରେ ତାଳଚେର ସହର ଦେଶର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର ରହିଛି। ସେହିପରି ମୟୂରଭଞ୍ଜ ଜିଲାର ବାରିପଦାର AQI ମୂଲ୍ୟ ମଧ୍ୟ ‘ଅତି ଖରାପ’ ଶ୍ରେଣୀରେ ରହିଛି।

ଓଡ଼ିଶାର ଏହି ତିନୋଟି ସହର ବ୍ୟତୀତ ପଶ୍ଚିମବଙ୍ଗର ହଳଦିଆ (AQI ୩୧୬), ପଞ୍ଜାବର ରୂପନଗର (AQI ୩୧୧) ଏବଂ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା (AQI ୩୦୩)ର ବାୟୁ ଗୁଣବତ୍ତାକୁ ମଧ୍ୟ ସିପିସିବି ଦ୍ୱାରା ‘ଅତି ଖରାପ’ ଭାବରେ ବର୍ଗୀକୃତ କରାଯାଇଛି।

ବିଶେଷଜ୍ଞଙ୍କ ମତରେ, ଦୀର୍ଘ ସମୟ ଧରି ଏହିପରି ଅତି ଖରାପ ବାୟୁର ସଂସ୍ପର୍ଶରେ ଆସିଲେ ଲୋକଙ୍କ ଠାରେ ଶ୍ୱାସକ୍ରିୟା ସମ୍ବନ୍ଧୀୟ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri