ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି । ୱାର୍ଡର ସୁରେନ୍ଦ୍ର ସାମୁଲକୁ ଗୋଡାଇ ଗୋଡାଇ ହାଣିଥିଲେ ।

ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ସୋର ଡାକ୍ତରଖାନରେ ଭର୍ତ୍ତି କରାଇଥିଲେ । ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳକୁ ସୋର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆକ୍ରମଣର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Share