ଏମ୍‌ସରୁ ଫେରିଲେ ବାଲେଶ୍ୱର ଏମ୍‌ପି

ବାଲେଶ୍ୱର ଅଫିସ,୬ା୧:ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଯୋଗୁ ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜରେ ଗତ ସୋମବାର ସନ୍ଧ୍ୟାରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ଉତ୍ତମ ଚିକିତ୍ସା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାର ଉନ୍ନତି ଆସିବା ପରେ ତାଙ୍କୁ ଗୁରୁବାର ଏମ୍‌ସରୁ ଡିସ୍‌ଚାର୍ଜ କରାଯାଇଛି।
ଗତ କିଛି ଦିନ ଧରି ତାଙ୍କୁ ଥଣ୍ଡା ଓ ଜ୍ୱର ଲାଗି ରହିଥିଲା। ଜ୍ୱର ଛାଡ଼ି ଯାଇଥିବା ବେଳେ କାଶ ଲାଗି ରହିଛି। ଏନେଇ ଡାକ୍ତରଙ୍କୁ ପରାମର୍ଶ କରିଥିଲେ ଏମ୍‌ପି। ଡାକ୍ତରଙ୍କ ନିର୍ଦ୍ଦେଶ ଅନୁସାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ କୋଭିଡ୍‌ର ଆଣ୍ଟିଜେନ୍‌ ଓ ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ଦିଆଯାଇଥିଲା। ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କୁ ନିମୋନିଆ ହୋଇଥିବା ଜଣାପଡ଼ିବା ପରେ ଉତ୍ତମ ଚିକିତ୍ସା ପାଇଁ ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri