ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଏବେ ରେମୁଣା ନିର୍ବାଚନମଣ୍ଡଳୀର ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଏହି ଭୂତାଣୁରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଫୋନ ଯୋଗେ ବିଧାୟକ ପରିଡ଼ାଙ୍କୁ ଜଣାଯିବା ପରେ ସେ ନିଜେ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଗତ ୧୧ ତାରିଖରେ ତାଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିଲା। ପରୀକ୍ଷା ପରେ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଜିଲାରେ ଦ୍ୱିତୀୟ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଧାୟକ ପରିଡ଼ାଙ୍କୁ କୋଭିଡ୍‌-୧୯ ହସ୍‌ପିଟାଲକୁ ଅଣାଯାଇ ଚିକିତ୍ସା କରାଯିବାର ବ୍ୟବସ୍ଥା କରାଯାଉଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କୁ କୋଭିଡ୍‌ ହସ୍ପଟାଲକୁ ନିଆଯାଇ ଚିକିତ୍ସା କରାଯାଉଥିଲା। ସୋମବାର ରିପୋର୍ଟ ନେଗେଟିଭ୍‌ ଆସିବାରୁ ତାଙ୍କୁ ଘରକୁ ପଠାଇ ଦିଆଯାଇଛି। ସେ ୭ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ରେମୁଣା ବିଧାୟକଙ୍କ ବ୍ୟତୀତ ବାଲେଶ୍ୱର ଜିଲାରୁ ମଙ୍ଗଳବାର ଆଉ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ ତଥା ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ ବାଲେଶ୍ୱର ସୂଚନା ଦେଇଛନ୍ତି। ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୫୪ ଛୁଇଁଥିବା ବେଳେ ସେମାନଙ୍କ ମଧ୍ୟରୁ ୩୯୫ ସୁସ୍ଥ ହୋଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri