ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ: ଅପରାଧ ପୃଷ୍ଠଭୂମିର ତଥ୍ୟ ଦେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ବାଲେଶ୍ୱର ସଦର ଏବଂ ଜଗତସିଂହପୁର ଜିଲାର ତିର୍ତ୍ତୋଲରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀଙ୍କ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ ସବିଶେଷ ତଥ୍ୟ ଦେବେ। ଉଭୟ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମରେ ୩ ପର୍ଯ୍ୟାୟରେ ଏ ସମ୍ପର୍କରେ ତଥ୍ୟ ପ୍ରକାଶିତ ହେବ। ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶନାମା ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲର ପ୍ରଥମ ୪ଦିନ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ ତଥ୍ୟ ଦେବେ। ଦ୍ୱିତୀୟ ପର୍ଯ୍ୟାୟରେ ନାମାଙ୍କନପତ୍ର ପ୍ରତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ତୃତୀୟ ପର୍ଯ୍ୟାୟରେ ନାମାଙ୍କନପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷଦିନ ମଧ୍ୟରେ ଅର୍ଥାତ୍‌ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ ଏହା କରାଯିବା ବାଧ୍ୟତାମୂଳକ। ଅପ୍ରତିଦ୍ବନ୍ଦ୍ୱୀ ପ୍ରାର୍ଥୀଙ୍କ କ୍ଷେତ୍ରରେ ମଧ୍ୟ ଏହା ଲାଗୁହେବ ବୋଲି ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ରାଜ୍ୟ ସଂଗ୍ରହାଳୟ ଖୋଲିବା ବିଳମ୍ବିତ ହେବ, କ୍ଷୟକ୍ଷତି ଅନୁଧ୍ୟାନ କଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ)- ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଶନିବାର ପୂର୍ବାହ୍ନରେ ବାତ୍ୟାରେ କ୍ଷତିଗ୍ରସ୍ତ ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ...

ଶାରୀଶୁଆ ପଥର ଖଣିରେ ଏସ୍‌ଟିଏଫ୍‌ ଚଢ଼ାଉ

ଖଇରା, ୨୪ା୨ଭୁବନେଶ୍ୱର,(ବ୍ୟୁରୋ): ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ରୋକ୍‌ ପରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଖଇରା ତହସିଲ୍‌ ଅଧୀନ ଶାରୀଶୁଆ...

CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ...

୨୪ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୭: ରାଜ୍ୟର ୧୦ରୁ ଅଧିକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ...

ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ...

Advertisement
Archives

Model This Week