ଆସନ୍ତାକାଲି ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ମତଦାନ ସାବ୍ୟସ୍ତ କରିବେ ୪ ଲକ୍ଷ ୬୭ ହଜାର ୫୭୮ ଭୋଟର

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପ ନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଓ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ସମୁଦାୟ ୨ ଲକ୍ଷ ୩୦ ହଜାର ୨୯୬ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ପ୍ରତି ବୁଥ୍‌ରେ ଭୋଟ ସଂଖ୍ୟା ୧୫୦୦ ପରିବର୍ତ୍ତେ ୧ ହଜାର କରାଯାଇଥିବାବେଳେ ଭୋଟରଙ୍କ ସୁବିଧା ପାଇଁ ସେହି ସ୍ଥାନରେ ଅତିରିକ୍ତ ବୁଥ୍‌ ଖୋଲାଯାଇ ବୁଥ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଥ୍‌ ସଂଖ୍ୟା ୨୬୫ରୁ ୩୭୩ ଓ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୯୮ରୁ ୩୪୬କୁ ବୁଥ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଉଭୟ ନିର୍ବାଚନ ମଣ୍ଡଳୀରେ ଭୋଟଗ୍ରହଣ କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri