‘ଅସହାୟ କର୍କଟରୋଗୀଙ୍କ ଯନ୍ତ୍ରଣା ଦୂରକରିବ ବାଲ୍‌କୋ’

ରାୟପୁର,୧୪ା୯: ସାରା ଦେଶରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ରୋଗଠାରୁ ରୋଗୀର ମାନସିକ ଯନ୍ତ୍ରଣା ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଚିନ୍ତାର କାରଣ ବୋଲି କୁହାଯାଉଛି। ଏଭଳି ମାନସିକ ଚିନ୍ତାରେ ପଡ଼ିଥିବା ବିଭିନ୍ନ ବର୍ଗର ଲୋକଙ୍କୁ ଉଭୟ ଆର୍ଥିକ ଓ ମାନସିକ ଚିନ୍ତାରୁ କିଛି ପରିମାଣରେ ଦୂରକରିବା ଲାଗି ନିକଟରେ ଛତିଶଗଡ଼ ନ୍ୟୁ ରାୟପୁରର ବାଲ୍‌କୋ ମେଡିକାଲ ସେଣ୍ଟରରେ ବିଏମ୍‌ସି ଚାରିଟେବୁଲ ଫଣ୍ଡ ଏବଂ ବିଏମ୍‌ସି କର୍କଟ ସ୍କ୍ରିନିଂ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ବାଲ୍‌କୋ ମେଡିକାଲ ସେଣ୍ଟରର ଅଧ୍ୟକ୍ଷା ଜ୍ୟୋତି ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମେଡିକାଲର କର୍କଟ ରୋଗ ବିଶେଷଜ୍ଞ, ବରିଷ୍ଠ ଅଙ୍କୋଲୋଜିଷ୍ଟ, ନର୍ସ ଏବଂ ଅନ୍ୟ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଜ୍ୟୋତି ଅଗ୍ରୱାଲ କହିଛନ୍ତି, ଏଠାରେ ଦେଶର ସର୍ବୋତ୍ତମ କର୍କଟ ଚିକିତ୍ସା ସୁବିଧା ଓ ସେବା ଯୋଗାଇ ଦିଆଯାଉଛି। ଏପରିକି ଆମର ସର୍ବୋତ୍ତମ ମେଡିକାଲ ଟିମ୍‌ ଏବଂ ପ୍ରଯୁକ୍ତିବିଦ୍ୟା ଅନ୍ୟମାନଙ୍କଠାରୁ ଅଧିକ ଗୁଣାତ୍ମକ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳର ସାମଗ୍ରୀ ସବୁ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?