ଗଡ଼ିଲା ବାଲେଶ୍ୱର-ଭୁବନେଶ୍ୱର ମେମୁ ଟ୍ରେନ୍‌

ବାଲେଶ୍ୱର ଅଫିସ/ସଜନାଗଡ/ ବସ୍ତା/ଜଳେଶ୍ୱର, ୮।୧(ଡି.ଏନ.ଏ.): ବାଲେଶ୍ୱରୁ ଭୁବନେଶ୍ୱରକୁ ଗଡିଛି ମେମୁ ଟ୍ରେନ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବାଲେଶ୍ୱର ଜିଲା ଗସ୍ତରେ ଆସି ସ୍ଥାନୀୟ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପତାକା ଦେଖାଇ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହାସହ ସେ ନୀଳଗିରି ରେଳଷ୍ଟେଶନର ଆଧୁନିକୀକରଣ ଶିଳାନ୍ୟାସ, ବସ୍ତା ରେଳଷ୍ଟେଶନର ଆଧୁନିକୀକରଣ ସହ ନୂତନ ଷ୍ଟେଶନ ଗୃହ ଓ ଜଳେଶ୍ୱରଠାରେ ନୂଆ ଷ୍ଟେଶନ ଗୃହର ଶିଳାନ୍ୟାସ କରିଛନ୍ତି।
ରେଳବାଇ ପକ୍ଷରୁ ବାଲେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀଙ୍କ ସହ କେନ୍ଦ୍ର ଆଦିବାସୀ ଉନ୍ନୟନ ଓ ଜଳଶକ୍ତି ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ସ୍ବରୂପ କୁମାର ଦାସ, ମୟୂରଭଞ୍ଜ ଜିଲା ବଡ଼ସାହି ବିଧାୟକ ସନାତନ ବିଜୁଳି ଯୋଗଦେଇଥିଲେ। ବାଲେଶ୍ୱରରେ ରେଳବାଇ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଟୁଡୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସମସ୍ୟା ସମ୍ପର୍କରେ ରେଳମନ୍ତ୍ରୀଙ୍କ ସହ ଆଲୋଚନା କରି ସମାଧାନ କରାଯିବ ବୋଲି କହିଥିଲେ।
ବାଲେଶ୍ୱର ଏମ୍‌ପି ଷଡ଼ଙ୍ଗୀ ମେମୁ ଟ୍ରେନ ଚଳାଚଳ ଓ ନୀଳଗିରିରେ ନୂତନ ରେଳ ଷ୍ଟେଶନ ନିର୍ମାଣ ନିମନ୍ତେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଥିଲେ। ତାଙ୍କର ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଏହା ସମ୍ଭବ ହୋଇପାରିଛି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଜିଲାର ଥିବା ବିବିଧ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହାପରେ ବାଲେଶ୍ୱରରୁ ଏକ ସ୍ବତନ୍ତ୍ର ଟ୍ରେନରେ ରେଳମନ୍ତ୍ରୀ ନୀଳଗିରିର ଗୋପୀନାଥପୁର ରେଲୱେ ଷ୍ଟେଶନରେ ପହଞ୍ଚିଥିଲେ। ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଓ ଭାଜପାର ଏକ ପ୍ରତିନିଧି ଦଳ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ସେଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ନୀଳଗିରି ମାଟି ଏକ ଗଡ଼ଜାତ ମାଟି, ଏଠାରୁ ହିଁ ଫକୀରମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ଛ’ମାଣ ଆଠଗୁଣ୍ଠ ଅୟମାରମ୍ଭ ହୋଇଥିଲା ବୋଲି କହିଥିଲେ। ସେହିପରି ରେଳଲାଇନ୍‌ ତଳେ ବିଛାଇବା ପାଇଁ ପୂର୍ବରୁ ନୀଳଗିରିରେ ଥିବା ସ୍ଲିପର କାରଖାନାର ପୁନରୁଦ୍ଧାର ତ୍ୱରାନ୍ବିତ କରିବା ପାଇଁ ଚେଷ୍ଟା ଜାରି ରହିଥିବାର କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଦଳା ବିଧାୟକ ଭାସ୍କର ମଢ଼େଇ, ସାରସକଣା ବିଧାୟକ ବୁଢ଼ାନ ମୁର୍ମୁ, ବାରିପଦା ବିଧାୟକ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।
ନୀଳଗିରି ପରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବସ୍ତା ଷ୍ଟେଶନର ଆନୁଷଙ୍ଗିକ ବିକାଶ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଥିଲେ। ଏଠାକାର ନୂତନ ଷ୍ଟେଶନ ଭବନ ମଧ୍ୟରେ ସମସ୍ତ ଅତ୍ୟାଧୁନିକ ସେବା ମିଳିପାରିବ ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବସ୍ତା ବିଧାୟକ ନିତ୍ୟନନ୍ଦ ସାହୁ, ଦକ୍ଷିଣ ପୂର୍ବ ରେଳ ପଥ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଜୋଷୀ, ଡିଭିଜନାଲ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଜଳେଶ୍ୱରଠାରେ ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ଯୋଗ ଦେଇ ନୂତନ ରେଳ ଷ୍ଟେଶନ କାର୍ଯ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଆଗକୁ ପାର୍ସଲ କାର୍ଯ୍ୟାଳୟ, ଶୌଚାଳୟ, ବରିଷ୍ଠ ଓ ଦିବ୍ୟାଙ୍ଗଙ୍କ ଲାଗି ଲିଫ୍ଟ, ପାଦଚଲା ସେତୁ ସମ୍ପ୍ରସାରଣ, ପ୍ଲାଟଫର୍ମ ଉଚ୍ଚତା ବଢାଇବା, ପ୍ଲାଟଫର୍ମ ଛାଉଣୀ, ସିସିଟିଭି କ୍ୟାମେରା ନିର୍ମାଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ା କାର୍ଯ୍ୟକ୍ରମରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ସମେତ ରେଳ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଜଳେଶ୍ୱରର କେତେକ ସଙ୍ଗଠନ ପକ୍ଷରୁ ରେଳବାଇ ବିକାଶ ଲାଗି ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri