ଭୁବନେଶ୍ୱର,୧୬।୭: ବାଲେଶ୍ୱର ଏଫ୍ଏମ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଏନେଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍ବ୍ରାଞ୍ଜ ଡିଜି ବିନୟତୋଷ ମିଶ୍ର ଡିଏସ୍ପି ଇମନ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିବା ବେଳେ ତାଙ୍କୁ ଇନ୍ସପେକ୍ଟର ପାଞ୍ଚାଳି ରାଉତ ସହଯୋଗ କରିବେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ଉଠୁଛି ପଡ଼ୁଛି। ବିରୋଧୀମାନେ ଏହି ଘଟଣାରେ ରାଜ୍ୟ ସରକାରଙ୍କୁ ଘେରିଥିବା ବେଳେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି ହେଉଛି।