କମିଲା ବାଲେଶ୍ୱର, ତିର୍ତ୍ତୋଲ ମତଦାନ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ମତଦାନ ହାର କମିଛି। ଗତ ୩ ତାରିଖରେ ହୋଇଥିବା ଉପନିର୍ବାଚନରେ ବାଲେଶ୍ୱରରେ ୭୦.୬୯ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୬୬ ପ୍ରତିଶତ ହୋଇଛି। ୨୦୧୯ ସାଧାରଣ ନିର୍ବାନରେ ବାଲେଶ୍ୱର ବିଧାନସଭା ପାଇଁ ୭୧.୨୯ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୭୪.୦୯ ପ୍ରତିଶତ ହୋଇଥିଲା। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି। କୋଭଡ୍‌-୧୯ କଟକଣା ମଧ୍ୟରେ ଅନୁଷ୍ଠିତ ଏହି ଉପନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ପାଇଁ ୩୧୯୩ ଜଣ ପୋଷ୍ଟାଲ ବାଲଟରେ ମତଦାନ ସାବ୍ୟସ୍ତ କରିଥିବା ବେଳେ ବାଲେଶ୍ୱରରେ ୧୬୩୧ ଭୋଟର ସେମାନଙ୍କ ମତଦାନ କରିଛନ୍ତି। କୋଭିଡ୍‌ ସଂକ୍ରମିତ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଉଭୟ ନିର୍ବାଚନ ମଣ୍ଡଳୀର ସମୁଦାୟ ୧୬୧ କୋଭିଡ୍‌ ସଂକ୍ରମିତ/ ସନ୍ଦିଗ୍ଧ କୋଭିଡ୍‌ ଭୋଟର ମତଦାନ ସାବ୍ୟସ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ୧୨୭ ଓ ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀର ୩୪ କରୋନା ସଂକ୍ରମିତ ମତଦାନ କରିଛନ୍ତି।
ଆସନ୍ତା ୧୦ ତାରିଖରେ ଉଭୟ ବିଧାନସଭା ପାଇଁ ଭୋଟ ଗଣତି ହେବ। ଭୋଟବାକ୍ସଗୁଡିକୁ ବାଲେଶ୍ୱର ଜିଲାପାଳଙ୍କ ଇଭିଏମ୍‌ ୱେର୍‌ ହାଉସରେ ଏବଂ ତିର୍ତ୍ତୋଲ ବିଧାନସଭା ଭୋଟବାକ୍ସଗୁଡିକ ଜଗତ୍‌ସିଂହପୁର ଏସ୍‌ଭିଏମ୍‌ କଲେଜରେ କଡ଼ା ସୁରକ୍ଷା ବଳୟରେ ରଖାଯାଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ସୁରକ୍ଷା ବଳ ଓ ରାଜ୍ୟ ପୋଲିସ ଷ୍ଟ୍ରଙ୍ଗରୁମ୍‌ଗୁଡିକ ଜଗି ରହିଛନ୍ତି। ଷ୍ଟ୍ରଙ୍ଗରୁମ୍‌ଗୁଡିକୁ ୨୪ ଘଣ୍ଟା ସିସିଟିଭି ନଜରରେ ରଖାଯାଇଛି। ଏଥିସହିତ ରାଜନୈତିକ ଦଳର ପ୍ରତିନିଧିମାନେ ମଧ୍ୟ ଏହା ଉପରେ ନଜର ରଖିଛନ୍ତି। କୋଭିଡ୍‌-୧୯ ମହାମାରୀ ସମୟରେ ଭୋଟ ଗ୍ରହଣ ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଛି। ଜିଲା ପ୍ରଶାସନ, ରାଜନୈତିକ ଦଳ, ପ୍ରାର୍ଥୀ, ଆଶାକର୍ମୀ, ସ୍ବେଚ୍ଛାସେବୀ, ବିଏଲ୍‌ଓ, ପୋଲିସ ଅଧିକାରୀ, ସୁରକ୍ଷା ବାହିନୀଙ୍କ ସହଯୋଗ ଯୋଗୁ ଏହା ସମ୍ଭବ ହୋଇଛି ବୋଲି ଲୋହାନୀ କହିଛନ୍ତି। ନିର୍ବାଚନ ମଣ୍ଡଳୀର ଭୋଟର ତଥା ଜନସାଧାରଣଙ୍କ ମଧ୍ୟରେ ନିର୍ବାଚନ ସମ୍ପର୍କିତ ଖବର ପରିବେଷଣ ଓ ସଚେତନତା ସୃଷ୍ଟି କରିଥିବାରୁ ଲୋହାନୀ ଗଣମାଧ୍ୟମକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri