Posted inରାଜ୍ୟ

‘ଆତ୍ମସମ୍ମାନ ରକ୍ଷା ଉଦ୍ୟମରେ ଦୁଇଥର ଦହନ’, କେମିତି ଛାଡିବ ଗୁରୁ ଶିଷ୍ୟ ସମ୍ପର୍କରୁ କଳାଦାଗ ?

ଭୋଗରାଇ,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଘଟିଥିବା ଏକ ହୃଦୟବିଦାରକ ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଉଦ୍ୟମ ପରେ ତିନି ଦିନ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବା ହେତୁ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ଏମ୍‌ସର ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହାୟତାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ୨୪ ଘଣ୍ଟା ନିରୀକ୍ଷଣରେ ଚିକିତ୍ସା ଚଳାଇଥିଲେ। କିନ୍ତୁ, ସମସ୍ତ ଚେଷ୍ଟା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ସୌମ୍ୟାଶ୍ରୀଙ୍କର ମୃତ୍ୟୁ ହୋଇଛି।

ମୃତ୍ୟୁ ପରେ ତାଙ୍କ ଶବ ବ୍ୟବଚ୍ଛେଦ କରାଯାଇ ରାତାରାତି ବାଲେଶ୍ୱର ଜିଲାର ଭୋଗରାଇସ୍ଥିତ ତାଙ୍କ ବାସଭବନକୁ ନିଆଯାଇଥିଲା। ତାଙ୍କ ଗାଁ ପଳାସିଆରେ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗାଁ ଝିଅର ବିୟୋଗରେ ଅଞ୍ଚଳବାସୀ ଅଶ୍ରୁଳ ବିଦାୟ ଦେଇଛନ୍ତି। ପରିବାର ଓ ଜ୍ଞାତିଙ୍କ କାନ୍ଦ ବୋବାଳି ମଧ୍ୟରେ ସୌମ୍ୟାଶ୍ରୀଙ୍କୁ ସମସ୍ତେ ମାନେ ପକାଇଛନ୍ତି।

ସୌମ୍ୟାଶ୍ରୀ ପ୍ରାୟ ୬ ମାସ ଧରି ଶିକ୍ଷା ବିଭାଗର ମୁଖ୍ୟ ସମୀର କୁମାର ସାହୁଙ୍କଠାରୁ ଯୌନ ଓ ମାନସିକ ନିର୍ଯାତନା ଭୋଗିଥିଲେ। ଗତ ଜୁନ୍‌ ୩୦ରେ ସେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ପରଦିନ ଜୁଲାଇ ୧ରେ ସେ ନିଜର ‘X’ ଆକାଉଣ୍ଟରେ ଏହି ଅଭିଯୋଗ ଉଲ୍ଲେଖ କରି ରାଜ୍ୟ ସରକାର, ବିଭିନ୍ନ ଅଧିକାରୀ ଏବଂ ନେତାମାନଙ୍କୁ ଟ୍ୟାଗ୍‌ କରି ନ୍ୟାୟ ମାଗିଥିଲେ। କିନ୍ତୁ, କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ନିରାଶ ହୋଇ ଗତ ୧୨ ଜୁଲାଇ ଶନିବାର ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଥିଲେ। ଉପସ୍ଥିତ ଛାତ୍ରମାନେ ତାଙ୍କୁ ଉଦ୍ଧାର କରିଥିଲେ ହେଁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା।

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣା ସମଗ୍ର ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାକୁ “ଆନୁଷ୍ଠାନିକ ବିଶ୍ୱାସଘାତକତା” ଓ “ଯୋଜନାବଦ୍ଧ ଅନ୍ୟାୟ” ବୋଲି ଅଭିହିତ କରି ରାଜ୍ୟପାଳଙ୍କୁ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରି ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri