Posted inରାଜ୍ୟ

‘ଆତ୍ମସମ୍ମାନ ରକ୍ଷା ଉଦ୍ୟମରେ ଦୁଇଥର ଦହନ’, କେମିତି ଛାଡିବ ଗୁରୁ ଶିଷ୍ୟ ସମ୍ପର୍କରୁ କଳାଦାଗ ?

ଭୋଗରାଇ,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଘଟିଥିବା ଏକ ହୃଦୟବିଦାରକ ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଶିକ୍ଷା ବିଭାଗର ମୁଖ୍ୟ (ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଉଦ୍ୟମ ପରେ ତିନି ଦିନ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବା ହେତୁ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ଏମ୍‌ସର ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହାୟତାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ୨୪ ଘଣ୍ଟା ନିରୀକ୍ଷଣରେ ଚିକିତ୍ସା ଚଳାଇଥିଲେ। କିନ୍ତୁ, ସମସ୍ତ ଚେଷ୍ଟା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ସୌମ୍ୟାଶ୍ରୀଙ୍କର ମୃତ୍ୟୁ ହୋଇଛି।

ମୃତ୍ୟୁ ପରେ ତାଙ୍କ ଶବ ବ୍ୟବଚ୍ଛେଦ କରାଯାଇ ରାତାରାତି ବାଲେଶ୍ୱର ଜିଲାର ଭୋଗରାଇସ୍ଥିତ ତାଙ୍କ ବାସଭବନକୁ ନିଆଯାଇଥିଲା। ତାଙ୍କ ଗାଁ ପଳାସିଆରେ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗାଁ ଝିଅର ବିୟୋଗରେ ଅଞ୍ଚଳବାସୀ ଅଶ୍ରୁଳ ବିଦାୟ ଦେଇଛନ୍ତି। ପରିବାର ଓ ଜ୍ଞାତିଙ୍କ କାନ୍ଦ ବୋବାଳି ମଧ୍ୟରେ ସୌମ୍ୟାଶ୍ରୀଙ୍କୁ ସମସ୍ତେ ମାନେ ପକାଇଛନ୍ତି।

ସୌମ୍ୟାଶ୍ରୀ ପ୍ରାୟ ୬ ମାସ ଧରି ଶିକ୍ଷା ବିଭାଗର ମୁଖ୍ୟ ସମୀର କୁମାର ସାହୁଙ୍କଠାରୁ ଯୌନ ଓ ମାନସିକ ନିର୍ଯାତନା ଭୋଗିଥିଲେ। ଗତ ଜୁନ୍‌ ୩୦ରେ ସେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କୁ ଲିଖିତ ଅଭିଯୋଗ କରିଥିଲେ। ପରଦିନ ଜୁଲାଇ ୧ରେ ସେ ନିଜର ‘X’ ଆକାଉଣ୍ଟରେ ଏହି ଅଭିଯୋଗ ଉଲ୍ଲେଖ କରି ରାଜ୍ୟ ସରକାର, ବିଭିନ୍ନ ଅଧିକାରୀ ଏବଂ ନେତାମାନଙ୍କୁ ଟ୍ୟାଗ୍‌ କରି ନ୍ୟାୟ ମାଗିଥିଲେ। କିନ୍ତୁ, କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ନିରାଶ ହୋଇ ଗତ ୧୨ ଜୁଲାଇ ଶନିବାର ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଥିଲେ। ଉପସ୍ଥିତ ଛାତ୍ରମାନେ ତାଙ୍କୁ ଉଦ୍ଧାର କରିଥିଲେ ହେଁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା।

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣା ସମଗ୍ର ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାକୁ “ଆନୁଷ୍ଠାନିକ ବିଶ୍ୱାସଘାତକତା” ଓ “ଯୋଜନାବଦ୍ଧ ଅନ୍ୟାୟ” ବୋଲି ଅଭିହିତ କରି ରାଜ୍ୟପାଳଙ୍କୁ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରି ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri