ମଇଦାନରେ ସ୍ବରୂପ-ମାନସ

ବାଲେଶ୍ୱର,୬।୪(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ପୁଣି ପୁରୁଣା ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। କିଛିଦିନ ପୂର୍ବରୁ ଭାଜପା ଏହି ନିର୍ବାଚନମଣ୍ଡଳୀ ପାଇଁ ବିଧାୟକ ପ୍ରାର୍ଥୀ ଭାବେ ମାନସ ଦତ୍ତଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଅପରାହ୍ନରେ ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ସ୍ବରୂପ ଦାସଙ୍କ ନାମ ଘୋଷଣା କରିଛନ୍ତି। ବିଜେଡି ପୁନର୍ବାର ସ୍ବରୂପଙ୍କ ଉପରେ ଭରସା କରି ମଇଦାନକୁ ଓହ୍ଲାଇଛି। ମାତ୍ର କଂଗ୍ରେସ ଏଯାବତ୍‌ ପ୍ରାର୍ଥୀ ଘୋଷଣା କରିନାହିଁ।
ଗତ ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ପ୍ରାର୍ଥୀ ମଦନମୋହନ ଦତ୍ତ ୪୭.୨୬% ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପ ଦାଶ ୩୮.୪୯% ଭୋଟ ପାଇ ପରାଜିତ ହୋଇଥିଲେ। ବିଧାୟକ ମଦନମୋହନଙ୍କ ମୃତ୍ୟୁ ପରେ ୨୦୨୦ ନଭେମ୍ବରରେ ଉପନିର୍ବାଚନ ହୋଇଥିଲା। ବିଜେଡିରୁ ସ୍ବରୂପ କୁମାର ଦାସ ପ୍ରାର୍ଥୀ ହୋଇ ୮୪, ୦୯୭ ଭୋଟ (୫୧.୮%) ପାଇ ବିଜୟୀ ହୋଇଥିଲେ। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମାନସ କୁମାର ଦତ୍ତ ୭୦, ୭୪୬ ଭୋଟ୍‌ (୪୩.୫୮%) ପାଇ ପରାସ୍ତ ହୋଇଥିଲେ। ଅନ୍ୟପକ୍ଷରେ କଂଗ୍ରେସ ଏବଂ ନିର୍ଦଳୀୟ ପ୍ରାର୍ଥୀମାନେ ନିଜର ଅମାନତ ରଖିପାରି ନ ଥିଲେ। ପୁଣି ହେବାକୁ ଥିବା ୨୦୨୪ ସାଧାରଣ ନିର୍ବାଚନରେ ସାମ୍ନାସାମ୍ନି ହେବେ ବିଜେଡି ପ୍ରାର୍ଥୀ ସ୍ବରୂପ ଏବଂ ମାନସ। ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ ସ୍ବରୂପଙ୍କ ପାଇଁ ମୁଖ୍ୟ ସମସ୍ୟା ସୃଷ୍ଟି କରିବା ଅନୁମାନ କରାଯାଉଥିବା ବେଳେ ଭାଜପା ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ସମସ୍ୟା ସୃଷ୍ଟି କରିବ। ଅନ୍ୟପକ୍ଷରେ ଭାଜପାରେ ଦୀର୍ଘଦିନରୁ ଲାଗି ରହିଥିବା ଗୋଷ୍ଠୀକନ୍ଦଳ ଧୀରେ ଧୀରେ ସମାଧାନ ହେଉଥିବା ଦେଖିବାକୁ ମିଳୁଛି। ଉପନିର୍ବାଚନରେ ଏମ୍‌ପି ଗୋଷ୍ଠୀ ଓ ବିଧାୟକ ପ୍ରାର୍ଥୀଙ୍କ ଗୋଷ୍ଠୀ ମଧ୍ୟରେ ସମନ୍ବୟ ନ ଥିବାରୁ ଭାଜପା ପରାଜୟର ମୁଖ୍ୟ କାରଣ ବୋଲି ରାଜନୈତିକ ବିଶେଷଜ୍ଞମାନେ କହିଥିଲେ। ଆଗାମୀ ନିର୍ବାଚନରେ ଭାଜପାର ଉଭୟ ଗୋଷ୍ଠୀ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ କର୍ମୀମାନେ ଶପଥ ନେଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ବିଜେଡିର ପୂର୍ବତନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ଗୋଷ୍ଠୀରେ ଥିବା ନେତା ଓ ଦଳୀୟ ପଦାଧିକାରୀମାନେ ସ୍ବରୂପଙ୍କ ପ୍ରାର୍ଥତ୍ତ୍ୱକୁ କେତେଦୂର ଗ୍ରହଣ କରିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଯଦି ବିଜେଡିର ଗୋଷ୍ଠୀ କନ୍ଦଳ ଲାଗି ରହିବ ତା’ହେଲେ ଦଳୀୟ ପ୍ରାର୍ଥୀଙ୍କୁ ମହଙ୍ଗା ପଡ଼ିପାରେ ବୋଲି ରାଜନୈତିକ ବିଶେଷଜ୍ଞମାନେ କୁହନ୍ତି।
ଉଲ୍ଲେଖଯୋଗ୍ୟ, ବାଲେଶ୍ୱର ନିର୍ବାଚନମଣ୍ଡଳୀରେ ପୁରୁଷ ଭୋଟର ୧ଲକ୍ଷ ୧୪ହଜାର ୪୮୬, ମହିଳା ଭୋଟର ୧ଲକ୍ଷ ୧୦ହଜାର ୯୮୦ ଓ ଅନ୍ୟାନ୍ୟ ୫୯ ସହ ମୋଟ୍‌ ୨ଲକ୍ଷ ୨୫ହଜାର ୫୨୫ଜଣ ଭୋଟର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri