ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ ଏହାର ବିଚାର କରି ତଦନ୍ତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ଗତ ବୁଧବାର ଏହାର ତଦନ୍ତ ଆରମ୍ଭ ହୋଇଛି। ଏକ ତଦନ୍ତକାରୀ ଦଳ ବାଲିଘାଟ ନିକଟରେ ପହଞ୍ଚତ୍ ତଦନ୍ତ କରି ଫେରିଛି। ତଦନ୍ତ ରିପୋର୍ଟ ଯାଜପୁର ଜିଲାପାଳଙ୍କ ଜରିଆରେ କୋର୍ଟଙ୍କ ନିକଟରେ ଉପସ୍ଥାପନ କରାଯିବ।
ପ୍ରକାଶଯୋଗ୍ୟ, ଯାବରା ବାଲିଘାଟରୁ ବେଆଇନ ବାଲି ଉତ୍ତୋଳନ ହେଉଥିଲା। ପରେ ଏହିଘାଟକୁ ନିଲାମ ଦିଆଯାଇଥିଲା। ଘାଟ ନିକଟରୁ ଗ୍ରାମର କେତେଜଣ ଲୋକ ବେଆଇନ ବାଲି ଚାଲାଣ କରିଥିଲେ। ଏହାକୁ ନେଇ ଉଭୟ ନିଲାମଧାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଲିଜଧାରୀ ଲିଜ୍‌ ଅଞ୍ଚଳରୁ ବାଲି ନ ଉଠାଇ ଯାବରା ପୋଲ ନିକଟରୁ ବାଲି ଉତ୍ତୋଳନ କରୁଥିବା ତହସିଲ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ତହସିଲ ପକ୍ଷରୁ ବେଆଇନ ବାଲି ଉଠାଣ ଉପରେ ରୋକ ଲଗାଇବା ପାଇଁ ପଦକ୍ଷେପ ନିଆଯାଇଥିଲା। ଏପରି କି ବାଲି ପରିବହନକୁ ନେଇ ଗ୍ରାମବାସୀ ଓ ପ୍ରଶାସନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ହୋଇଥିଲା। ପୋଲିସ, ତହସିଲ ପ୍ରଶାସନକୁ ଦୁର୍ବ୍ୟବହାର କରିବା ଓ ଗଣ୍ଡଗୋଳ ସୃଷ୍ଟି କରୁଥିବା ଅଭିଯୋଗରେ କେତେଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। ଏହି ବିବାଦ କ୍ରମଶଃ ଜଟିଳ ହେବାରୁ ଗ୍ରାମବାସୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏବେ କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଯାଜପୁର ଉପଜିଲାପାଳ ନାରାୟଣଚନ୍ଦ୍ର ଧଳଙ୍କ ନେତୃତ୍ୱରେ ଖଣି ଉପନିର୍ଦ୍ଦେଶକ ଡମ୍ବରୁଧର ମହାନ୍ତି, ଭୂତତ୍ତ୍ୱବିତ୍‌ ସନ୍ତୋଷୀ ସେଠୀ, ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, କୁଆଖିଆ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ, ତହସିଲ ମୁଖ୍ୟକିରାଣି ଗଗନ ବିହାରୀ ଦାସ, ରାଜସ୍ବ ନିରୀକ୍ଷକ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ତଦନ୍ତକାରୀ ଦଳ ବାଲିଘାଟ ନକ୍ସାକୁ ନିରୀକ୍ଷଣ କରିଥିଲେ। ସେମାନେ କ’ଣ ସ୍ଥିତି ଦେଖିଲେ ତାର’ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ ବୋଲି ତହସିଲଦାର ଭୁଜବଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri