ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ ଏହାର ବିଚାର କରି ତଦନ୍ତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ଗତ ବୁଧବାର ଏହାର ତଦନ୍ତ ଆରମ୍ଭ ହୋଇଛି। ଏକ ତଦନ୍ତକାରୀ ଦଳ ବାଲିଘାଟ ନିକଟରେ ପହଞ୍ଚତ୍ ତଦନ୍ତ କରି ଫେରିଛି। ତଦନ୍ତ ରିପୋର୍ଟ ଯାଜପୁର ଜିଲାପାଳଙ୍କ ଜରିଆରେ କୋର୍ଟଙ୍କ ନିକଟରେ ଉପସ୍ଥାପନ କରାଯିବ।
ପ୍ରକାଶଯୋଗ୍ୟ, ଯାବରା ବାଲିଘାଟରୁ ବେଆଇନ ବାଲି ଉତ୍ତୋଳନ ହେଉଥିଲା। ପରେ ଏହିଘାଟକୁ ନିଲାମ ଦିଆଯାଇଥିଲା। ଘାଟ ନିକଟରୁ ଗ୍ରାମର କେତେଜଣ ଲୋକ ବେଆଇନ ବାଲି ଚାଲାଣ କରିଥିଲେ। ଏହାକୁ ନେଇ ଉଭୟ ନିଲାମଧାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଲିଜଧାରୀ ଲିଜ୍‌ ଅଞ୍ଚଳରୁ ବାଲି ନ ଉଠାଇ ଯାବରା ପୋଲ ନିକଟରୁ ବାଲି ଉତ୍ତୋଳନ କରୁଥିବା ତହସିଲ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ତହସିଲ ପକ୍ଷରୁ ବେଆଇନ ବାଲି ଉଠାଣ ଉପରେ ରୋକ ଲଗାଇବା ପାଇଁ ପଦକ୍ଷେପ ନିଆଯାଇଥିଲା। ଏପରି କି ବାଲି ପରିବହନକୁ ନେଇ ଗ୍ରାମବାସୀ ଓ ପ୍ରଶାସନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ହୋଇଥିଲା। ପୋଲିସ, ତହସିଲ ପ୍ରଶାସନକୁ ଦୁର୍ବ୍ୟବହାର କରିବା ଓ ଗଣ୍ଡଗୋଳ ସୃଷ୍ଟି କରୁଥିବା ଅଭିଯୋଗରେ କେତେଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। ଏହି ବିବାଦ କ୍ରମଶଃ ଜଟିଳ ହେବାରୁ ଗ୍ରାମବାସୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏବେ କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଯାଜପୁର ଉପଜିଲାପାଳ ନାରାୟଣଚନ୍ଦ୍ର ଧଳଙ୍କ ନେତୃତ୍ୱରେ ଖଣି ଉପନିର୍ଦ୍ଦେଶକ ଡମ୍ବରୁଧର ମହାନ୍ତି, ଭୂତତ୍ତ୍ୱବିତ୍‌ ସନ୍ତୋଷୀ ସେଠୀ, ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, କୁଆଖିଆ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ, ତହସିଲ ମୁଖ୍ୟକିରାଣି ଗଗନ ବିହାରୀ ଦାସ, ରାଜସ୍ବ ନିରୀକ୍ଷକ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ତଦନ୍ତକାରୀ ଦଳ ବାଲିଘାଟ ନକ୍ସାକୁ ନିରୀକ୍ଷଣ କରିଥିଲେ। ସେମାନେ କ’ଣ ସ୍ଥିତି ଦେଖିଲେ ତାର’ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ ବୋଲି ତହସିଲଦାର ଭୁଜବଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?