ବାଲିଯାତ୍ରାରେ ଅଘଟଣ: ୧୦୦ ଫୁଟ ଉଚ୍ଚ ହାମର ଦୋଳିରେ ଫସିଲେ ୮

କଟକ,୧୩।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଐତିହାସିକ ବାଲିଯାତ୍ରା ପଡିଆରେ ବୁଧବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ରାତି ପ୍ରାୟ ୧୧ଟା ବେଳେ ହାମର୍‌ ଦୋଳିର ମୋଟର ପୋଡ଼ିଯିବାରୁ ଏହା ଅଧାରୁ ବନ୍ଦ ହୋଇଯାଇଥିଲା। ଫଳରେ ଦୋଳିରେ ବସିଥିବା ୮ଜଣ ଲୋକ ପ୍ରାୟ ୧୦୦ ଫୁଟ ଉଚ୍ଚରେ ଫସି ରହିଥିଲେ। ପ୍ରାୟ ୧ଘଣ୍ଟା ଧରି ଫସି ରହିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା। ଫସି ରହିଥିବା ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦୋଳି ନିକଟ ଅଞ୍ଚଳରେ ଜାଲ ବିଛାଯାଇଥିଲା।
ସୂଚନାନୁଯାୟୀ, ରାତି ୧୧ଟାରେ ବାଲିଯାତ୍ରାରେ ସମସ୍ତ ଦୋଳି ବନ୍ଦ କରାଯିବା କଥା। ହେଲେ ହାମର ଦୋଳିରେ ଏହି ସମୟରେ ୧୬ ଜଣଙ୍କୁ ବସାଇ ଖେଳ ଚାଲିଥିଲା। ଏହି ସମୟରେ ଦୋଳି ହଠାତ୍‌ ବନ୍ଦ ହୋଇଯାଇଥିଲା। ଯାଞ୍ଚ ସମୟରେ ଦୋଳିର ମୋଟର ପୋଡ଼ିଯାଇଥିବା ଜଣାପଡ଼ିଥିଲା। ଦୋଳି ଖେଳ ଅଧାରେ ବନ୍ଦ ହେବାବେଳକୁ ହାମରର ଗୋଟିଏ ପାର୍ଶ୍ୱ ଭୂମି ଆଡ଼କୁ ଥିବାବେଳେ ଅନ୍ୟ ପାଶ୍ୱର୍ଟି ଉପରକୁ ଉଠି ରହିଥିଲା। ଉଭୟ ପାର୍ଶ୍ୱରେ ୮ଜଣ ଲେଖାଏ ବସିଥିଲେ। ଦୋଳି ନ ଚାଲିବାରୁ ଉପର ପାର୍ଶ୍ୱରେ ବସିଥିବା ଲୋକମାନେ ଓହ୍ଲାଇ ପଡ଼ିଥିବାବେଳେ ଉପରକୁ ଉଠି ରହିଥିବା ପାର୍ଶ୍ୱରେ ଲୋକେ ଭୟରେ ଚିତ୍କାର କରିଥିଲେ। ଘଟଣା ଜଣାପଡ଼ିବା ପରେ ଦୋଳି ପାଖ ଅଞ୍ଚଳ ଲୋକାରଣ୍ୟ ହୋଇ ଯାଇଥିଲା। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଅଘଟଣ ଘଟିଛି ବୋଲି ଦୋଳି ମାଲିକ କହିଛନ୍ତି। ଘଟଣାର ଖବର ପାଇଁ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ଗୁରୁବାର ବଲିଉଡ୍‌ର କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମ ଥିବାବେଳେ ରାତିକ ପୂର୍ବରୁ ଏଭଳି ଅଘଟଣ ହେବା ନେଇ ଚିନ୍ତା ପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri