ବାଲିଯାତ୍ରାରେ ଅଘଟଣ: ୧୦୦ ଫୁଟ ଉଚ୍ଚ ହାମର ଦୋଳିରେ ଫସିଲେ ୮

କଟକ,୧୩।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଐତିହାସିକ ବାଲିଯାତ୍ରା ପଡିଆରେ ବୁଧବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ରାତି ପ୍ରାୟ ୧୧ଟା ବେଳେ ହାମର୍‌ ଦୋଳିର ମୋଟର ପୋଡ଼ିଯିବାରୁ ଏହା ଅଧାରୁ ବନ୍ଦ ହୋଇଯାଇଥିଲା। ଫଳରେ ଦୋଳିରେ ବସିଥିବା ୮ଜଣ ଲୋକ ପ୍ରାୟ ୧୦୦ ଫୁଟ ଉଚ୍ଚରେ ଫସି ରହିଥିଲେ। ପ୍ରାୟ ୧ଘଣ୍ଟା ଧରି ଫସି ରହିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା। ଫସି ରହିଥିବା ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦୋଳି ନିକଟ ଅଞ୍ଚଳରେ ଜାଲ ବିଛାଯାଇଥିଲା।
ସୂଚନାନୁଯାୟୀ, ରାତି ୧୧ଟାରେ ବାଲିଯାତ୍ରାରେ ସମସ୍ତ ଦୋଳି ବନ୍ଦ କରାଯିବା କଥା। ହେଲେ ହାମର ଦୋଳିରେ ଏହି ସମୟରେ ୧୬ ଜଣଙ୍କୁ ବସାଇ ଖେଳ ଚାଲିଥିଲା। ଏହି ସମୟରେ ଦୋଳି ହଠାତ୍‌ ବନ୍ଦ ହୋଇଯାଇଥିଲା। ଯାଞ୍ଚ ସମୟରେ ଦୋଳିର ମୋଟର ପୋଡ଼ିଯାଇଥିବା ଜଣାପଡ଼ିଥିଲା। ଦୋଳି ଖେଳ ଅଧାରେ ବନ୍ଦ ହେବାବେଳକୁ ହାମରର ଗୋଟିଏ ପାର୍ଶ୍ୱ ଭୂମି ଆଡ଼କୁ ଥିବାବେଳେ ଅନ୍ୟ ପାଶ୍ୱର୍ଟି ଉପରକୁ ଉଠି ରହିଥିଲା। ଉଭୟ ପାର୍ଶ୍ୱରେ ୮ଜଣ ଲେଖାଏ ବସିଥିଲେ। ଦୋଳି ନ ଚାଲିବାରୁ ଉପର ପାର୍ଶ୍ୱରେ ବସିଥିବା ଲୋକମାନେ ଓହ୍ଲାଇ ପଡ଼ିଥିବାବେଳେ ଉପରକୁ ଉଠି ରହିଥିବା ପାର୍ଶ୍ୱରେ ଲୋକେ ଭୟରେ ଚିତ୍କାର କରିଥିଲେ। ଘଟଣା ଜଣାପଡ଼ିବା ପରେ ଦୋଳି ପାଖ ଅଞ୍ଚଳ ଲୋକାରଣ୍ୟ ହୋଇ ଯାଇଥିଲା। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଅଘଟଣ ଘଟିଛି ବୋଲି ଦୋଳି ମାଲିକ କହିଛନ୍ତି। ଘଟଣାର ଖବର ପାଇଁ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ଗୁରୁବାର ବଲିଉଡ୍‌ର କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମ ଥିବାବେଳେ ରାତିକ ପୂର୍ବରୁ ଏଭଳି ଅଘଟଣ ହେବା ନେଇ ଚିନ୍ତା ପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri