କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ):କଟକ ବାଲିଯାତ୍ରାରେ ଗୁରୁବାର ଅଘଟଣ ଘଟିଛି। ବାଲିଯାତ୍ରା ତଳ ପଡ଼ିଆରେ ରାମଦୋଳି ଚାଲିବା ସମୟରେ ସେଥିରୁ ଖସିପଡ଼ି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଜଣାପଡ଼ି ନାହିଁ। ଘଟଣାସ୍ଥଳରୁ ଅଗ୍ନିଶମ ଓ ପୋଲିସ କର୍ମଚାରୀ ଗୁରୁତର ଅବସ୍ଥାରେ ଉକ୍ତ ଯୁବକଙ୍କୁ ଉଦ୍ଧାର କରି ଏସ୍ସିବି ମେଡିକାଲରେ ଭର୍ତ୍ତି କରାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏ ନେଇ ଏସିପି ଗିରିଜା ଚକ୍ରବର୍ତ୍ତୀ କହିଛନ୍ତି, ୧୦ଟା ୪୫ ସମୟରେ ଦୋଳିରୁ ଖସି ଜଣଙ୍କର ମୃତ୍ୟୁ ହୋଇଛି, ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା। ଦୋଳିର ଫିଟନେସ ଥିବା ତଦନ୍ତରୁ ଜଣାପଡ଼ିଛି ଏବଂ ଅନ୍ୟାନ୍ୟ ବିଷୟରେ ତଦନ୍ତ କରାଯାଉଥିବା ସେ କହିଛନ୍ତି।