୩୪ ଏକର ଜାଗାରେ ହେବ ବାଲିଯାତ୍ରା

କଟକ ଅଫିସ,୨୪ା୯: କଟକ ବାଲିଯାତ୍ରା ପଡ଼ିଆକୁ ଲାଗି ପୋତା ଯାଇଥିବା ମହାନଦୀ ଶଯ୍ୟାରେ ବାଲିଯାତ୍ରା ଅଞ୍ଚଳର ସମ୍ପ୍ରସାରଣ ପାଇଁ ହୋଇଥିବା ଆବେଦନ ଉପରେ ରୋକ୍‌ ଲଗାଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଜିଲା ପ୍ରଶାସନ ପକ୍ଷରୁ ୮୫ ଏକର ଜମିରେ ବାଲିଯାତ୍ରା କରାଯିବାକୁ ଅନୁମତି ମଗାଯାଇଥିବାବେଳେ କେବଳ ୩୪ ଏକର ଜାଗାରେ ବାଲିଯାତ୍ରା କରାଯିବାକୁ ଏନ୍‌ଜିଟି ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ନୈରାଶ୍ୟଭାବ ସୃଷ୍ଟି ହୋଇଥିବାବେଳେ ଜିଲା ପ୍ରଶାସନ ବି ଦ୍ୱନ୍ଦ୍ୱରେ ପଡିଯାଇଛି।
ଏନ୍‌ଜିଟି ତାଙ୍କ ରାୟରେ ଦର୍ଶାଇଛନ୍ତି, ୩୪ ଏକର ଜାଗାରେ ବାଲିଯାତ୍ରା ହେବ। ବାଲିଯାତ୍ରା ଆୟୋଜନବେଳେ ସ୍ବଚ୍ଛତା ଅବଲମ୍ବନ, ପରିମଳ ବ୍ୟବସ୍ଥା ଏବଂ ସ୍ବାସ୍ଥ୍ୟରକ୍ଷା ଦିଗରେ ସମସ୍ତ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯିବ। ପଡ଼ିଆରେ କୌଣସି ସ୍ଥାୟୀ ବା ଅସ୍ଥାୟୀ ନିର୍ମାଣ ହେବ ନାହିଁ। ମହାନଦୀ ପଠା ପୋତାଯିବା ପରେ ସୃଷ୍ଟି ହୋଇଥିବା ମୋଟ୍‌ ୪୨୬ ଏକର ଜମିରେ କୌଣସି କଂକ୍ରିଟ ନିର୍ମାଣ ହେବ ନାହିଁ । ଏହାର ଦୁଇ ତୃତୀୟାଂଶ ଜମିରେ ଘଞ୍ଚ ଜଙ୍ଗଲ ସୃଷ୍ଟି କରାଯିବା ସହ ଏକ ତୃତୀୟାଂଶ ଜମିରେ ପାର୍କ, ଖେଳପଡ଼ିଆ କରାଯାଇପାରିବ। ଏଠାରେ କୌଣସି ବ୍ୟବସାୟିକ କାର୍ଯ୍ୟକୁ ଅନୁମତି ଦିଆଯିବ ନାହିଁ ବୋଲି ଏନ୍‌ଜିଟି ରାୟରେ ସ୍ପଷ୍ଟ କରିଛନ୍ତି। ନଦୀପଠା ପୋତାଯିବା ଫଳରେ ଉପରମୁଣ୍ଡରେ ଥିବା ୩୮ଟି ଗ୍ରାମକୁ ବନ୍ୟା ବିପଦ ରହିଥିବା କାରଣରୁ ସରକାର ଏ ଦିଗରେ ଆଶୁ ପଦକ୍ଷେପ ନେବେ। ପୋତା ଯାଇଥିବା ୪୨୬ ଏକର ଜାଗାରୁ ବାଲି କାଢ଼ି ପୂର୍ବ ଅବସ୍ଥାକୁ ଫେରାଇ ଆଣିବାକୁ ଏନ୍‌ଜିଟିଙ୍କ ୭ ଜଣିଆ କମିଟି ଦେଇଥିବା ରିପୋର୍ଟ ଉପରେ ଆଡ୍‌ଭୋକେଟ ଜେନେରାଲ ଅଶୋକ ପରିଜା ଏହା ସମ୍ଭବ ନୁହେଁ ବୋଲି ମତ ରଖିଥିଲେ। ଫଳରେ ଏନ୍‌ଜିଟି ଏଥିରେ ଏକମତ ହୋଇଥିଲେ। ହେଲେ ସମ୍ପୃକ୍ତ ଅଞ୍ଚଳ ବନ୍ୟାଞ୍ଚଳ ଜୋନ୍‌ରେ ଆସୁଥିବାରୁ ସରକାର କରିବାକୁ ଥିବା ନିର୍ମାଣ ସମ୍ପର୍କିତ ମାଷ୍ଟର ପ୍ଲାନ ଗ୍ରହଣୀୟ ନୁହେଁ ବୋଲି ଏନ୍‌ଜିଟି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri