ବଳିଆ ଯୋଜନା ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ): ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷାଧିକ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି। ଅତ୍ୟନ୍ତ କଳାତ୍ମକ ଡିଜାଇନ୍‌, ନିଖୁଣ ଏବଂ ସୁନ୍ଦର ରୂପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ରାଜ୍ୟର ବୁଣାକାରମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଉଛି। ବୁଣାକାରମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ଥାକୁ ସୁଦୃଢ଼ ଓ ସୁରକ୍ଷିତ କରିବା ଏହି ଯୋଜନାଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରର ଅଭିବୃଦ୍ଧି ପ୍ରଣିଧାନ ଯୋଗ୍ୟ।
ବୁଣାକାର ଜୀବିକା ଓ ଆୟ ବୃଦ୍ଧି ସହାୟତା ଯୋଜନା(ବଳିଆ) ୨୦୨୨-୨୩ ଆର୍ଥିକ ବର୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଣାକାରଙ୍କ ନିମନ୍ତେ ଘୋଷଣା କରାଯାଇଥିବା ସ୍ବତନ୍ତ୍ର ପ୍ୟାକେଜ ଅନୁଯାୟୀ ପ୍ରଣୟନ କରାଯାଇଛି। ଏହି ଯୋଜନା ମାଧ୍ୟମରେ ୧୮-୭୦ ବର୍ଷ ମଧ୍ୟରେ ସମସ୍ତ ବୁଣାକାର ତଥା ବୟନ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନଙ୍କୁ ୫୦୦୦୦ ଟଙ୍କା ପର୍ଯ୍ୟନ୍ତ ସୁଧମୁକ୍ତ କାର୍ଯ୍ୟକାରୀ ପୁଞ୍ଜି ଋଣ ଆକାରରେ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଥିଲା।
ବାରମ୍ବାର ସୂତା, ରଙ୍ଗ ଓ ଅନ୍ୟାନ୍ୟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁ, ବ୍ୟବସାୟରେ ନିରନ୍ତର ଅଭିବୃଦ୍ଧି ସହିତ ନିଜର ଉତ୍ପାଦନ ବିପଣନ କ୍ଷମତାକୁ ବୃଦ୍ଧି କରିବା ପାଇଁ ବୁଣାକାରର କାର୍ଯ୍ୟକାରୀ ପୁଞ୍ଜି ଆବଶ୍ୟକତାରେ ବୃଦ୍ଧି ଆଣିବା ଦରକାର ପଡୁଥିଲା ଏବଂ ଏଥିପାଇଁ ୫୦ ହଜାର ଟଙ୍କା ଯଥେଷ୍ଟ ହେଉ ନ ଥିଲା। ତେଣୁ ଋଣ ରାଶିକୁ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବାର ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ଏହି ଯୋଜନାର ନିମାନୁଯାୟୀ ବୁଣାକାରମାନେ ସେମାନଙ୍କର ଆବଶ୍ୟକତା ଅନୁଯାୟୀ କାର୍ଯ୍ୟକାରୀ ପୁଞ୍ଜି ବିନା ସୁଧରେ ଋଣ ଆକାରରେ ବ୍ୟାଙ୍କରୁ ପାଇପାରିବେ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନା ଦ୍ୱାରା ହିତାଧିକାରୀଙ୍କ ଆୟ ଏବଂ ଜୀବନଧାରଣ ମାନ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri