ବାଲିଅନ୍ତା ମର୍ଡର କେସ୍‌: ଆସିଲା ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ, ଏଥିରେ ସେ…

ବାଲିଅନ୍ତା,୨୦ା୭: ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ଆସିଲା ସୌମ୍ୟଙ୍କ ସହଯୋଗୀ  ଓମ୍‌ପ୍ରକାଶ ମହାନ୍ତି ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ।
ଓମ୍‌ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ୫/୬ ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଦାଖଲ ଚାର୍ଜଶିଟ୍‌ ଦାଖଲ ହେବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି। ଫେରାର ଅଭିଯୁକ୍ତଙ୍କ ବିରୋଧରେ ଓ୍ବାରେଣ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିବ ବୋଲି କହିଛି।

ସୂଚନାଯୋଗ୍ୟ, ଗତ ମେ’ ୭ରେ ଅପରାହ୍ନ ପ୍ରାୟ ୨ଟାରେ ୨ ଯୁବତୀ ସ୍କୁଟି ଯୋଗେ ଭିଙ୍ଗାରପୁର ଯାଉଥିଲେ। ଏହି ସମୟରେ ସୌମ୍ୟରଞ୍ଜନ ଏବଂ ତାଙ୍କ ସହଯୋଗୀ ଓମ୍‌ପ୍ରକାଶ ମହାନ୍ତି ବାଇକ୍‌ରେ ସମାନ ଦିଗରେ ଯାଉଥିଲେ। ରାମଚନ୍ଦ୍ରପୁର ବ୍ରିଜ୍‌ ନିକଟରେ ଯୁବତୀଙ୍କୁ ଏକଲା ଦେଖି ସୌମ୍ୟରଞ୍ଜନ ଗାଡ଼ିକୁ ଦ୍ରୁତ ଗତିରେ ଚଳାଇ ଯିବା ସହ ଯୁବତୀଙ୍କୁ ସାଇଡ୍‌ ମାରିଥିଲେ। ପରେ ସେମାନେ ପୁଣି ଗାଡ଼ି ବୁଲାଇ ପଛକୁ ଆସି ଯୁବତୀଙ୍କ ସ୍କୁଟିକୁ ଧକ୍କା କରିଥିଲେ। ୨ଯୁବତୀ ତଳେ ପଡ଼ିଯିବା ପରେ ସେମାନେ ଯୁବତୀଙ୍କୁ ଅସଦାଚରଣ କରିଥିଲେ। ମୃତ ସୌମ୍ୟରଞ୍ଜନ ଏବଂ ଓମ୍‌ ପ୍ରକାଶ ନିଶାଗ୍ରସ୍ତ ଅବସ୍ଥାରେ ସବୁ ସୀମା ଟପିଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କୁ
ବଳାତ୍କାର ଉଦ୍ୟମ ମଧ୍ୟ କରିଥିଲେ। ନିଜକୁ ବଞ୍ଚାଇବା ପାଇଁ ଦୁଇ ଯୁବତୀ ଚିତ୍କାର କରିବା ପରେ ସ୍ଥାନୀୟ ଗାଁ ଲୋକ ଦୌଡ଼ି ଆସିଥିଲେ। ଏହାପରେ ଲୋକେ ସେମାନଙ୍କ ହାତଗୋଡ଼ ବାଉଁଶରେ ବାନ୍ଧି ପିଟିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। କିନ୍ତୁ ପୋଲିସ ସମ୍ମୁଖରେ ମଧ୍ୟ ଲୋକେ ୨ଜଣଙ୍କୁ ପିଟିଥିଲେ। ପୋଲିସ ସୌମ୍ୟରଞ୍ଜନ ଏବଂ ଓମ୍‌ ପ୍ରକାଶଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କ ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri