ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ୯  ଅଭିଯୁକ୍ତଙ୍କୁ ଚାର୍ଜଶିଟ୍‌ରୁ ବାଦ୍‌ ଦେଇଛି କ୍ରାଇମବ୍ରାଞ୍ଚ। ଏବେ ସୁଦ୍ଧା କିଛି ଅଭିଯୁକ୍ତ ଫେରାରଥିବା ଚାର୍ଜଶିଟ୍‌ରେ ଉଲ୍ଲେଖ ରହିଛି।

ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଥିବା ୧୧ ଜଣ ଅଭିଯୁକ୍ତ ହେଉଛନ୍ତି ଯୁଧିଷ୍ଠିର ଜେନା, ରଞ୍ଜିତ ପାତ୍ର, ରଞ୍ଜିତ ରାଣା ପଞ୍ଚାନନ ବଡ଼ଜେନା, ବିନୋଦ କୁମାର ବେହେରା, ପ୍ରଦୀପ ଚନ୍ଦ୍ର ମଙ୍ଗରାଜ, ଅଶୋକ କୁମାର ଜେନା, ବିଭୂତି ଭୂଷଣ ପରିଡ଼ା, ସୁବାସ ଭୋଇ, ସ୍କାଏଲାବ ପତି ଏବଂ ବିସ୍ମୟ ମହାନ୍ତି। ପୂର୍ବରୁ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ମୋଟ୍‌ ୨୦ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଏହି ୧୧ ଜଣଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଗତ ମେ’ ୭ ତାରିଖରେ ବାଲିଅନ୍ତା ଥାନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଥିଲା। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ଡିଏସ୍‌ପି ରତ୍ନପ୍ରଭା ଶତପଥୀ ସମସ୍ତ ପ୍ରତ୍ୟକ୍ଷଦର୍ଶୀ ସାକ୍ଷ୍ୟ, ପ୍ରମାଣ, ବୈଜ୍ଞାନିକ ଓ ପାରିପାର୍ଶ୍ୱିକ ପ୍ରମାଣ ସଂଗ୍ରହ କରିବା ପରେ ନିର୍ଦ୍ଧାରିତ ସମୟ ମଧ୍ୟରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛନ୍ତି। ଅଭିଯୁକ୍ତମାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (BNS), ୨୦୨୩ର ଦଫା ୧୦୩(୧), ୧୯୧(୨), ୧୯୧(୩), ୧୮୯(୪), ୧୯୦, ଏବଂ ୧୨୭(୨) ଅଧୀନରେ ମାମଲା ରୁଜୁ କରାଯାଇଛି। ପୂର୍ବରୁ ବାଲିଅନ୍ତା ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଅନ୍ୟ ୯ ଜଣ ବ୍ୟକ୍ତି ସନ୍ତୋଷ ପତି ଓରଫ ମଣ୍ଟୁ, ସୁରଜ ଓଝା, ସଂଗ୍ରାମ ଭୋଇ, ପ୍ରମୋଦ ଜେନା, ବଣ୍ଟି ଜେନା, ସୁରଜିତ ରଣା, ଅଭିଷେକ କର, ସଦାନନ୍ଦ ଖୁଣ୍ଟିଆ, ଏବଂ ବିକ୍ରମ କେଶରୀ ଦାସଙ୍କ ବିରୋଧରେ ଅଭିଯୋଗ ଆସିଥିଲା। ଉପରୋକ୍ତ ବ୍ୟକ୍ତିମାନଙ୍କ ଘଟଣା ସମ୍ପର୍କରେ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ତନ୍ନତନ୍ନ କରି ଯାଞ୍ଚ କରାଯାଇଥିଲା। ପ୍ରାଥମିକ ତଦନ୍ତରୁ ଏହି ୯ ଜଣଙ୍କର ମାମଲାରେ ସକ୍ରିୟ ଭୂମିକା ନେଇ ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ। ତେଣୁ ବର୍ତ୍ତମାନ ସେମାନଙ୍କ ବିରୋଧରେ ପ୍ରାଥମିକ ମାମଲା ଗ୍ରହଣଯୋଗ୍ୟ ହୋଇନାହିଁ ବୋଲି କ୍ରାଇମବ୍ରାଞ୍ଚ ଚାର୍ଜଶିଟ୍‌ରେ ଦର୍ଶାଇଛି। ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS), ୨୦୨୩ର ଧାରା ୧୯୩(୯) ଅନୁଯାୟୀ ଏହି ମାମଲାର ଅଧିକ ତଦନ୍ତ ଜାରି ରହିଛି। ଫରେନ୍ସିକ ରିପୋର୍ଟ ଏବଂ ଅନ୍ୟାନ୍ୟ ସୂତ୍ରରୁ ଅଧିକ ସାକ୍ଷ୍ୟ ପ୍ରମାଣ ମିଳିବା ପରେ ଆବଶ୍ୟକ ଅନୁସାରେ ଅଦାଲତରେ ସପ୍ଲିମେଣ୍ଟାରୀ (ଅତିରିକ୍ତ) ଚାର୍ଜଶିଟ୍‌ ଦାଖଲ କରାଯିବ। ଘଟଣାରେ ସଂପୃକ୍ତ ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri