ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରାମତି ଆରମ୍ଭ

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର-ଦେକୁରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ମରଣଯନ୍ତା ପାଲଟିଛି। ଏନେଇ ଗତ ଶୁକ୍ରବାର ‘ଧରିତ୍ରୀ’ରେ ତଥ୍ୟ ଭିତ୍ତିକ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀମାନେ ଘଟଣା ସ୍ଥଳ ପରିଦର୍ଶନ କରି ଶନିବାର ଏହାର ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। କ୍ରଶର ଗୁଣ୍ଡ ସହ ମେଟାଲ ଗୋଳାଇ ଖାଲଖମା ପୂର୍ଣ୍ଣ କରାଯାଉଛି।
ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୪ କୋଟି ୧୦ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ରାସ୍ତା କାର୍ଯ୍ୟ ୨୦୧୮ରେ ଆରମ୍ଭ ହୋଇଥିଲା। ୨ ବର୍ଷ ପରେ ଅର୍ଥାତ୍‌ ୨୦୨୦ରେ କାର୍ଯ୍ୟ ଶେଷ ହୋଇଥିଲା। ମାତ୍ର କାର୍ଯ୍ୟ ଶେଷର ୪ମାସ ପରେ ରାସ୍ତାରୁ ପିଚୁ ଉଠି ଯାଇଥିଲା। ଏନେଇ ବାରମ୍ବାର ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିବା ପରେ ବିଭାଗୀୟ ଅଧିକାରୀ ତଦନ୍ତ ଠିକ ଭାବେ ନକରି ଠିକାଦାରଙ୍କୁ ସହଯୋଗ କରିଥିଲେ। ଏହାଦ୍ୱାରା ରାସ୍ତାରେ ଖାଲ ସୃଷ୍ଟି ହୋଇ ଯାତାୟାତ ପ୍ରଭାବିତ ହୋଇଥିଲା। ଏପରି କି କେଉଁଠି ୧ ଫୁଟରୁ ଆରମ୍ଭ କରି ୨ଫୁଟ ର ଖାଲ ସୃଷ୍ଟି ହୋଇଗଲା। ଏସବୁ ପ୍ରସଙ୍ଗ ନେଇ ବିଭାଗୀୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଥିଲା। ତେବେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ବିଭାଗୀୟ ଅଧିକାରୀଙ୍କୁ ଡାକି ଏହାର ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ନିର୍ଦ୍ଦେଶକ୍ରମେ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri