ପାନୀୟ ଜଳ ପାଇଁ ବାଲିଚୁଆ ଭରସା

କୋକସରା, ୨୨।୧୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ପଞ୍ଚାୟତ ନୂଆପଡା ଗାଁର ନଳକୂପ ପାଣି ବ୍ୟବହାର ଉପଯୋଗୀ ହେଉ ନ ଥିବାରୁ ଏବେ ଜଳକଷ୍ଟ ଭୋଗୁଛନ୍ତି ଗ୍ରାମବାସୀ। ଗାଁରେ ୫୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବା ବେଳେ ଜନସଂଖ୍ୟା ପ୍ରାୟ ୨ ଶହରୁ ଅଧିକ। ଏମାନଙ୍କ ପାଇଁ ୨ଟି ନଳକୂପ ରହିଛି। ସେହି ନଳକୂପ ପାଣି ପିଇବା ପାଇଁ ଉପଯୁକ୍ତ ହୋଇ ନ ଥିବା ଯୋଗୁ ଗାଁ ପାଖରେ ପ୍ରବାହିତ ମୁଟୁରା ନଦୀରୁ ମହିଳାମାନେ ପ୍ରତିଦିନ ସକାଳୁ ବାଲିଚୁଆ କରି ପାନୀୟ ଜଳ ସଂଗ୍ରହ କରୁଛନ୍ତି। ନଦୀର ପାଣିକୁ ପାନୀୟ ଜଳ ଓ ଗାଧୋଇବା ସହ ନିତ୍ୟ ବ୍ୟବହାର ମଧ୍ୟ କରୁଛନ୍ତି ଗ୍ରାମବାସୀ। ଗାଁକୁ ପାନୀୟ ଜଳ ଯୋଗାଣ ପାଇଁ ବିଭିନ୍ନ ସମୟରେ ବ୍ଲକ ପ୍ରଶାସନ ନିକଟରେ ଫେରାଦ ହୋଇଛନ୍ତି ଗ୍ରାମବାସୀ। ହେଲେ ଗ୍ରାମବାସୀଙ୍କ ଦାବିକୁ ବ୍ଲକ ପ୍ରଶାସନ ଉପେକ୍ଷିତ କରୁଥିବା କହିଛନ୍ତି। ଏବେ କୌଣସି ଉପାୟ ନ ପାଇ ନଦୀରେ ବାଲିଚୁଆ କରି ପାନୀୟ ଜଳ ସଂଗ୍ରହ କରି ପିଉଥିବା ନେଇ ଅଭିଯୋଗ କରିଛନ୍ତି ନୂଆପଡ଼ା ଗାଁର ୱାର୍ଡ଼ ମେମ୍ବର ଗୋଲବଦନ ନାଏକ, ପୀତାମ୍ବର ନାଏକ, ବୈକୁଣ୍ଠ ପାଣିଗ୍ରାହୀ, ହରଦୁ ନାଏକ, ତ୍ରିନାଥ ନାଗ, ପୁଷ୍ପାଞ୍ଜଳି ନାଏକ, ରୁକ୍ମଣୀ ପାଣିଗ୍ରାହୀ, ଜନେକ ନାଗ, ପ୍ରମିଳା ନାଗ ପ୍ରମୁଖ । ବର୍ଷା ଦିନରେ ନଦୀରେ ପାଣିର ମାତ୍ରା ଅଧିକ ଥିବା ଯୋଗୁ ପ୍ରାୟ ୨ କି.ମି. ଗଡରାମାଲକୁ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି । ଏ ନେଇ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୀଷା ଦାସଙ୍କୁ ପଚାରିବାରୁ ଗାଁରେ ଥିବା ଦୁଇ ନଳକୂପକୁ ସଫା କରିବା ସହ ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କ ସହ ଆଲୋଚନା କରି ବସୁଧା ଯୋଜନାରେ ନୂଆପଡ଼ା ଗାଁକୁ ଆଗକୁ ପାନୀୟ ଜଳ ଯୋଗାଣ
ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri