ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି ଦିଆଯାଇଥିବା ଅଭିଯୋଗକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଘଟଣାର ପ୍ରତିବାଦରେ ଉତ୍ୟକ୍ତ ଲୋକେ ରବିବାର ଦ୍ୱିତୀୟ ଦିନ ପାଇଁ ୧୦ ନମ୍ବର ରାଜ୍ୟ ରାଜପଥର ସିଙ୍ଗଶାଳ ଛକରେ ରାସ୍ତାରୋକ କରିଛନ୍ତି। ଫଳରେ ବାହାଡାପୋଷିରୁ ରାଉରକେଲାକୁ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ଯାତାୟାତ ଠପ୍ ହୋଇଯାଇଛି।

ସୂଚନା ଅନୁଯାୟୀ, ସିଙ୍ଗଶାଳ ଗ୍ରାମର ଇନ୍ଦ୍ର ମୁଣ୍ଡା ଉକ୍ତ ବାଲିଘାଟରେ କାମ କରୁଥିଲେ। ଗତ ୧୯ ତାରିଖ ରାତିରେ ସେ ବାଲିଘାଟକୁ ଯାଇଥିବା ବେଳେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବିଭିନ୍ନ ଆଶଙ୍କା କରି ବାରକୋଟ ଥାନାରେ ଏନେଇ ଅଭିଯୋଗ କରିଥିଲେ।

ପୋଲିସ ତଦନ୍ତ ଆରମ୍ଭ କରି ଗତକାଲି ସନ୍ଧ୍ୟାରେ ଚଟିଆପାଲି ବାଲିଘାଟ ଅଞ୍ଚଳରୁ ଯୁବକଙ୍କ ମୃତଦେହ ଠାବ କରିଥିଲା। ହତ୍ୟା ପରେ ଶବକୁ ବାଲି ଭିତରେ ପୋତି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ବାଲିଘାଟ ମାଲିକ, ଏକ୍ସକାଭେଟର ଅପରେଟର, ହାଇୱା ଚାଳକ ସମେତ ଅନ୍ୟ କିଛି ଲୋକ ସମ୍ପୃକ୍ତ ଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହୋଇନଥିବା ବେଳେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇନଥିବା ଜଣାପଡ଼ିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିଥିବା ବେଳେ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ, ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ତୁରନ୍ତ ଗିରଫ ଏବଂ ବେଆଇନ ବାଲି ଖନନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ବାରକୋଟ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଓ ବୁଝାସୁଝା ଜାରି ରଖିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?