ବାଲିଗୁଡ଼ା ଦଣ୍ଡଯାତ୍ରା ଚୂଡ଼ାନ୍ତ: ଆକର୍ଷିତ କରିବ ତେରଦଣ୍ଡ ମହାମିଳନ

ବାଲିଗୁଡ଼ା,୨୭।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ାରେ ମାର୍ଚ୍ଚ ୩୧ରୁ ଏପ୍ରିଲ ୧୪ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ବର୍ଷ ପୂର୍ତ୍ତି ପାଳନ କରାଯିବ। ଏହି ଅବସରରେ ୩୪ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଏପ୍ରିଲ ୯ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ଅନ୍ୟପକ୍ଷେ ବାଲିଗୁଡ଼ା ଅଞ୍ଚଳବାସୀଙ୍କୁ ସମିତି ପକ୍ଷରୁ ଅନୁରୋଧ କରାଯାଇଛି, ମାର୍ଚ୍ଚ ୩୧ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଆମିଷ ବିକ୍ରି ଏବଂ ସେବନ ବନ୍ଦ କରି ଦଣ୍ଡଯାତ୍ରାକୁ ସହଯୋଗ କରିବାକୁ କୁହାଯାଇଛି। ଏପରିକି ସମିତି ପକ୍ଷରୁ ତେରଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାଶ କରାଯାଇଛି। ୯ ତାରିଖ ରବିବାର ସକାଳ ୮ଟାରେ ମା’ ପାଟଖଣ୍ଡା ମନ୍ଦିରରେ ତେରଦଣ୍ଡ ଥଳଙ୍କୁ ବରଣ କରାଯିବ। ପୂର୍ବାହ୍ନ ସାଢେ ୧୧ଟାରେ ଟାଉନର ମୁଖ୍ୟ ରାସ୍ତାରେ ଧୂଳିଦଣ୍ଡ, ଅପରାହ୍ନ ସାଢେ ୪ଟାରେ ବନ୍ଧପାଖରେ ପାଣିଦଣ୍ଡ ଏବଂ ସା ୫ଟାରେ ବିଶେଷ ଆକର୍ଷଣ ବଜାର ଛକରେ ତେରଦଣ୍ଡର ମହାମିଳନ ଆୟୋଜନ କରାଯିବ। ରାତି ୧୧ଟାରେ ଝୁଣାଦଣ୍ଡ ପଟୁଆର ସହ ୧୦ ତାରିଖ ସୋମବାର ସକାଳ ୮ଟାରେ ଯାତ୍ରା ସମାପନ ହେବ। ଏନେଇ ସମସ୍ତ ଅଞ୍ଚଳବାସୀ କାର୍ଯ୍ୟକ୍ରମରେ ଯୋଗକରିବାକୁ ସମିତି ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri