ବାଲିଗୁଡ଼ା, ଜି.ଉଦୟଗିରି ବିଧାନସଭା: ଆଉ ଦିନକ ପରେ ଗଣତି, ବଢୁଛି ହୃଦ୍‌ସ୍ପନ୍ଦନ

ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ନିମନ୍ତେ ସରିଛି ଭୋଟ୍‌ ଗ୍ରହଣ। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ଆରମ୍ଭ ହେବ। ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢ଼ିଚାଲିଛି। ଭୋଟ୍‌ ଦେଇଥିବା ମତଦାତା ବେଶ୍‌ ନୀରବତା ଅବଲମ୍ବନ କରୁଥିବା ବେଳେ ଗଣତି ତାରିଖ ଯେତିକି ପାଖେଇ ଆସୁଛି ନେତା ଓ କର୍ମୀମାନଙ୍କର ବଢ଼ିଚାଲିଛି ହୃଦ୍‌ସ୍ପନ୍ଦନ। ଚଳିତ ନିର୍ବାଚନକୁ ରାଜ୍ୟରେ ପୂର୍ବାପେକ୍ଷା ଭିନ୍ନଧରଣର ଗଣାହେଉଛି। ଭାଜପା ଓ ବିଜେଡି ମେଣ୍ଟ ଆଲୋଚନାର ବ୍ୟତିକ୍ରମ ସ୍ବରୂପ ପରସ୍ପର ବିରୋଧରେ ନିର୍ବାଚନ ରଣାଙ୍ଗନରେ କେବଳ ଯେ, ଅବତୀର୍ଣ୍ଣ ହୋଇଥିଲେ ତା’ନୁହେଁ ବରଂ ପରସ୍ପରକୁ କଟୁ ସମାଲୋଚନା କରି ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତୃଣମୂଳସ୍ତରରୁ ଆରମ୍ଭ କରି ଉଚ୍ଚସ୍ତର ପର୍ଯ୍ୟନ୍ତ ଏହି ଆମନାସାମନା ଲଢ଼େଇର ଦୃଶ୍ୟ ଦେଖିବାକୁ ମିଳିଥିଲା।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି ବନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗ୍ୟାରେଣ୍ଟି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ଭାଜପା-ବିଜେଡି ଟକ୍କର ମଧ୍ୟରେ ଚଳିତଥର କଂଗ୍ରେସ ମଧ୍ୟ ବାଦ୍‌ ପଡ଼ିନାହିଁ । ତଥାପି ଦଳର ତୁଙ୍ଗ ନେତା ରାହୁଲ ଗାନ୍ଧୀ ରାଜ୍ୟରେ ପ୍ରଚାର କରି ପାର୍ଟି ପାଇଁ ଜନସମର୍ଥନ ହାସଲ କରିବାକୁ ଚେଷ୍ଟା କରିଥିଲେ। ଏହାରି ମଧ୍ୟରେ କନ୍ଧମାଳ ଲୋକ ସଭା ଅନ୍ତର୍ଗତ ୨ଟି ପ୍ରମୁଖ ବିଧାନସଭା ବାଲିଗୁଡା ଓ ଜି. ଉଦୟଗିରି ନିର୍ବାଚନର ଫଳାଫଳକୁ ନେଇ ନେତା-କର୍ମୀଙ୍କ ମଧ୍ୟରେ ଚର୍ଚ୍ଚା ଓ ଆଲୋଚନା ଜୋର୍‌ ଧରିଛି। କେଉଁ ନେତା କେତେ ପରିମାଣରେ ନିର୍ବାଚନ ପରିଚାଳନାରେ ସଫଳ ହୋଇଛନ୍ତି, ସେହି ଅନୁସାରେ ସେମାନେ ଫଳାଫଳ ପାଇବେ ଏଥିରେ ସନ୍ଦେହ ନାହିଁ।

ଆଉ ଏପଟେ ଗଣତି ପୂର୍ବରୁ ସଟ୍ଟା ବଜାରରେ ଲାଗିଲାଣି ବାଜି। କାହାର ପଲା କେତେ ଅଧିକ, ତାକୁ ନେଇ ମଧ୍ୟ ଅନେକ ଆକଳନ କରାଯାଉଛି। ପ୍ରତ୍ୟେକ ଦଳ ନିଜର ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ ବୋଲି ଦାବି କରୁଛନ୍ତି। ଏହାକୁ ନେଇ ରାସ୍ତାଘାଟରୁ ଆରମ୍ଭ କରି ଚା’ ଦୋକାନ, ପାନ ଦୋକାନରେ ବେଶ୍‌ ଖଟି ଜମୁଛି। ଏପଟେ କାଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବ ସେହି ଆଶଙ୍କାରେ ପୋଲିସ ପକ୍ଷରୁ କଡ଼ାକଡ଼ି ପାଟ୍ରୋଲିଂ କରାଯାଉଛି। ତେବେ ଇଭିଏମ୍‌ରେ ସିଲ୍‌ ହୋଇରହିଛି ନେତାଙ୍କ ଭାଗ୍ୟ। ୪ ତାରିଖରେ ଖୋଲିବ କାଉଁରୀ ପେଡ଼ି। କିଏ କାହା ଉପରେ ଭାରୀ ପଡ଼ିବ ତାକୁ ନେଇ ଏବେ ଆକଳନ ଜୋର୍‌ ଧରିଛି। ତେବେ ନୀରବ ଭୋଟରଙ୍କ ମୁଡ୍‌ ପରଖିବା ନେତାମାନଙ୍କ ପାଇଁ କାଠିକର ହୋଇପଡ଼ୁଛି। ତେବେ ସବୁକିଛି ଇଭିଏମ୍‌ ଖୋଲିଲେ ସ୍ପଷ୍ଟ ହେବ। ଆଉ ତା’ପୂର୍ବରୁ ରାଜନୀତିରେ ରୁଚି ରଖୁଥିବା ସମସ୍ତ ବ୍ୟକ୍ତିବିଶେଷଙ୍କ ସମେତ ନେତା ଓ ସାଧାରଣ କର୍ମୀଙ୍କ ମନରେ ଉତ୍କଣ୍ଠା ମଧ୍ୟ ବଢ଼ି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri