ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ବାଲିଗୁଡା ଉପଜିଲାପାଳ, ପର୍ଯ୍ୟଟନ କ୍ଷେତ୍ରର…

ଦାରିଙ୍ଗବାଡି, ୨୬ା୮ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ମଙ୍ଗଳବାର ବାଲିଗୁଡା ଉପଜିଲାପାଳ ତଥା ଆଇଏଏସ ପ୍ରଣିତା ଦାସ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ବିଡ଼ିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ଓ ଅନ୍ୟ କର୍ମଚାରୀମାନେ ସୱାଗତ କରିଥିଲେ। ଏହି ଅବସରରେ ଉପଜିଲାପାଳ ଦଣ୍ଡିମାଠାରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ କରାଯାଉଥିବା ହଳଦୀ ପ୍ରକ୍ରିୟାକରଣ କେନ୍ଦ୍ର ବୁଲି ଦେଖିଥିଲେ। ଉନ୍ନତ ମାନର କନ୍ଧମାଳ ହଳଦୀ ପ୍ରକ୍ରିୟାକରଣ ପାଇଁ ପଦକ୍ଷେପ ନେବାକୁ ସେ ଆଲୋଚନା କରିଥିଲେ। ସେହିପରି ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ର ତଥା ହିଲଭିୟୁ ପାର୍କକୁ ଯାଇ ସେଠାରେ ନବ ନିର୍ମିତ ୱାଚ ଟାୱାର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହି କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ମଧ୍ୟ ଉକ୍ତ ପାର୍କ ପରିସରରେ ରହିଥିବା ଟୟ ଟ୍ରେନ, ଶିଶୁ ଉଦ୍ୟାନ ବୁଲି ଦେଖୁଥିଲେ। ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବଂ କଫି କାଫେ, ଶିଶୁ ଉଦ୍ୟାନ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବୁଲି ଦେଖିଥିଲେ। ଦାରିଙ୍ଗବାଡିର ଅନ୍ୟ ପର୍ଯ୍ୟଟନକ୍ଷେତ୍ର ପରିଦର୍ଶନ କରି ଫେରିବା ପରେ ଏହାର ବିକାଶ ପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ଓ ଅନ୍ୟ ଅଧିକାରୀଙ୍କ ସହ ସମୀକ୍ଷା କରିଥିଲେ। ପର୍ଯ୍ୟଟନକ୍ଷେତ୍ରର ତଦାରଖ ପାଇଁ ସାଂଜାସାରୁ ଉନ୍ନୟନ ଟ୍ରଷ୍ଟ ରହିଛି। ତାର ଅଧ୍ୟକ୍ଷ ଭାବେ ବାଲିଗୁଡା ଉପଜିଲାପାଳ ରହିଛନ୍ତି। ଖୁବ ଶୀଘ୍ର ଉକ୍ତ ଟ୍ରଷ୍ଟର ମାସିକ ବୈଠକ କରାଯିବା ପାଇଁ ଉପଜିଲ୍ଲାପାଳ ବିଡ଼ିଓ ଙ୍କୁ ପରାମର୍ଶ ଦେଇଥିଲେ। ଉପଜିଲ୍ଲାପାଳଙ୍କ ଗସ୍ତ ସମୟରେ ବିଡ଼ିଓ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ତହସିଲଦାର ଫାଲଗୁନୀ କୁମାର, ଏପିଓ କେଦାର ଚନ୍ଦ୍ର ପଣ୍ଡା ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri