ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ବାଲିଗୁଡା ଉପଜିଲାପାଳ, ପର୍ଯ୍ୟଟନ କ୍ଷେତ୍ରର…

ଦାରିଙ୍ଗବାଡି, ୨୬ା୮ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ମଙ୍ଗଳବାର ବାଲିଗୁଡା ଉପଜିଲାପାଳ ତଥା ଆଇଏଏସ ପ୍ରଣିତା ଦାସ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ବିଡ଼ିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ଓ ଅନ୍ୟ କର୍ମଚାରୀମାନେ ସୱାଗତ କରିଥିଲେ। ଏହି ଅବସରରେ ଉପଜିଲାପାଳ ଦଣ୍ଡିମାଠାରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ କରାଯାଉଥିବା ହଳଦୀ ପ୍ରକ୍ରିୟାକରଣ କେନ୍ଦ୍ର ବୁଲି ଦେଖିଥିଲେ। ଉନ୍ନତ ମାନର କନ୍ଧମାଳ ହଳଦୀ ପ୍ରକ୍ରିୟାକରଣ ପାଇଁ ପଦକ୍ଷେପ ନେବାକୁ ସେ ଆଲୋଚନା କରିଥିଲେ। ସେହିପରି ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ର ତଥା ହିଲଭିୟୁ ପାର୍କକୁ ଯାଇ ସେଠାରେ ନବ ନିର୍ମିତ ୱାଚ ଟାୱାର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହି କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ମଧ୍ୟ ଉକ୍ତ ପାର୍କ ପରିସରରେ ରହିଥିବା ଟୟ ଟ୍ରେନ, ଶିଶୁ ଉଦ୍ୟାନ ବୁଲି ଦେଖୁଥିଲେ। ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବଂ କଫି କାଫେ, ଶିଶୁ ଉଦ୍ୟାନ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବୁଲି ଦେଖିଥିଲେ। ଦାରିଙ୍ଗବାଡିର ଅନ୍ୟ ପର୍ଯ୍ୟଟନକ୍ଷେତ୍ର ପରିଦର୍ଶନ କରି ଫେରିବା ପରେ ଏହାର ବିକାଶ ପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ଓ ଅନ୍ୟ ଅଧିକାରୀଙ୍କ ସହ ସମୀକ୍ଷା କରିଥିଲେ। ପର୍ଯ୍ୟଟନକ୍ଷେତ୍ରର ତଦାରଖ ପାଇଁ ସାଂଜାସାରୁ ଉନ୍ନୟନ ଟ୍ରଷ୍ଟ ରହିଛି। ତାର ଅଧ୍ୟକ୍ଷ ଭାବେ ବାଲିଗୁଡା ଉପଜିଲାପାଳ ରହିଛନ୍ତି। ଖୁବ ଶୀଘ୍ର ଉକ୍ତ ଟ୍ରଷ୍ଟର ମାସିକ ବୈଠକ କରାଯିବା ପାଇଁ ଉପଜିଲ୍ଲାପାଳ ବିଡ଼ିଓ ଙ୍କୁ ପରାମର୍ଶ ଦେଇଥିଲେ। ଉପଜିଲ୍ଲାପାଳଙ୍କ ଗସ୍ତ ସମୟରେ ବିଡ଼ିଓ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ତହସିଲଦାର ଫାଲଗୁନୀ କୁମାର, ଏପିଓ କେଦାର ଚନ୍ଦ୍ର ପଣ୍ଡା ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri