ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ ବିଭାଗ ପକ୍ଷରୁ ବାଲିକୁଦା ରେଲଓ୍ବେ କ୍ରସିଂ ନିକଟରେ ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଜିଲା ସଭାପତି ପ୍ରକାଶ ବେହେରା, ବରିଷ୍ଠ ନେତା ନୟନ ମହାନ୍ତି, ରେଲଓ୍ବେ ଆମିନିଟି କମିଟି ଚେୟାରମ୍ୟାନ ଦିଲୀପ ମଲ୍ଲିକ, ରେଲଓ୍ବେ ନୋଡାଲ ଅଧିକାରୀ ତଥା ଡେପୁଟି ଇଞ୍ଜିନିୟର ରାଜେଶ ଦାସ ଯୋଗ ଦେଇଥିଲେ। ଆଜିର ଦିନ ଏକ ସ୍ବର୍ଣ୍ଣିମ ଦିନ। ସବୁ କିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ସମ୍ଭବପର ହୋଇପାରିଛି। ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ପ୍ରାଧାନ୍ୟ ଦିଆଯାଇଛି। ଏଥିସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଉଛୁ ବୋଲି ରେଲଓ୍ବେ ଆମିନିଟି କମିଟି ଚେୟାରମ୍ୟାନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିକାଶ ଦିଗରେ ଏପରି କାର୍ଯ୍ୟକ୍ରମ ସ୍ମରଣୀୟ ହୋଇରହିବ। ପ୍ରକୃତ ବିକାଶର ସ୍ପଷ୍ଟ ଉଦାହରଣ ଆଜି ଲୋକେ ଜାଣିବାକୁ ପାଇଛନ୍ତି। ରେଳ ମନ୍ତ୍ରୀଙ୍କର ଓଡ଼ିଶା, ବିଶେକେରି କଟକ ପ୍ରତି ଭଲ ପାଇବା ଯୋଗୁ ଏପରି କାର୍ଯ୍ୟ ହୋଇପାରିଛି ବୋଲି ଭାଜପା ରାଜ୍ୟ ଉପସଭାପତି ଡା. ମହାପାତ୍ର କହିଥିଲେ। ରେଲଓ୍ବେ ବିଭାଗର ସଦସ୍ୟ ସୁରେଶ କୁମାର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପୂର୍ବରୁ ପିଲାଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କଟକର ୯ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri