ବାଲିଯୋଡ଼ା ସ୍ବାସ୍ଥ୍ୟ ଉପକେନ୍ଦ୍ର ପାଲଟିଛି ଭୂତକୋଠି

କୁଆମରା,୧୨।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ସ୍ଥାପିତ ବାଲିଯୋଡ଼ା ସ୍ବାସ୍ଥ୍ୟଉପକେନ୍ଦ୍ର ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଛି। ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଏହି ଉପକେନ୍ଦ୍ର କାର୍ଯ୍ୟ କରୁଛି। ବାଲିଯୋଡ଼ା, ଗୁରଡିହା, ଅତାନଟୀ, ଖଡିଆବସା, କେନ୍ଦୁଆମୁଣ୍ଡି, ନବକିଶୋରପୁର ଓ ଡାହାଣୀବୁଡା ଆଦି ମୋଟ ୭ଟି ଗ୍ରାମର ୪ହଜାର ୮ଶହ ୩୫ ଲୋକ ଏହି ଉପକେନ୍ଦ୍ର ଉପରେ ନିର୍ଭର କରନ୍ତି।
ଏହି ୭ଟି ଗ୍ରାମର ନବେ ପ୍ରତିଶତ ଆଦିବାସୀ ସମ୍ପ୍ରଦାୟର ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ୧୯୭୦ରେ ସ୍ଥାପନ ହୋଇଥିଲା ଉପକେନ୍ଦ୍ର। ହେଲେ ଲକ୍ଷ୍ୟ ବାସ୍ତବତାଠାରୁ ବହୁ ଦୂରରେ ରହିଛି। ସତେବେଳେ ଉକ୍ତ ଘର ମାଟି କାନ୍ଥ ଓ ଆଜବେଷ୍ଟସ୍‌ରେ ତିଆରି ହୋଇଥିଲା। ମାତ୍ର ୧୦ବର୍ଷ ମଧ୍ୟରେ ଘର ଅବସ୍ଥା ଦୁର୍ବଳ ହୋଇପଡିଥିବା ବେଳେ କାନ୍ଥ ଓ ଆଜବେଷ୍ଟସ ଫାଟି ଆଁ କରିଛି। ବର୍ଷାଦିନେ ଘର ମଧ୍ୟରେ ବର୍ଷାପାଣି ଲହଡ଼ି ମାରୁଛି। ଭିତରେ କାନ୍ଥ ଖଣ୍ଡ ଖଣ୍ଡ ଖସୁଛି। ସମସ୍ତ କବାଟ, ଝରକା ନଷ୍ଟ ହୋଇଯାଇଛି। ବିପଦସଙ୍କୁଳ ଘର ମଧ୍ୟରେ ସ୍ବାସ୍ଥ୍ୟକର୍ମୀ ସୁମନପ୍ରଭା ପରିଡା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଉଚିତ ନ ମଣି ବାରଣ୍ଡାରେ ବସି ସ୍ବାସ୍ଥ୍ୟସେବା ଯୋଗାଉଥିବା ଦେଖିବାକୁ ମିଳୁଛି। ପରବର୍ତ୍ତୀ ସମୟରେ ପାଚେରି ବି ନଷ୍ଟ ହୋଇଯାଇଛି। ଏଠାରେ ଅନୁଷ୍ଠିତ ହେଉଥିବା ମାସିକ ବୈଠକରେ ଅଙ୍ଗନଓ୍ବାଡି କର୍ମୀମାନେ ବସିବାକୁ ବାଧ୍ୟ ହେଉଛନ୍ତି। ଏହାର ପୁନଃ ନିର୍ମାଣ କରିବା ପାଇଁ ପୂର୍ବତନ ସରପଞ୍ଚ ଭାଦ ହଁାସଦା ଅନେକବାର ସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏ ଦିଗରେ କର୍ତ୍ତୃପକ୍ଷ ଦୃଷ୍ଟି ନ ଦେବା ପରିତାପର ବିଷୟ। ତେବେ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିପିଏମ୍‌ ଅନୁଭବ ପଟ୍ଟନାୟକ କହିଛନ୍ତି, ଜିଲା ମୁଖ୍ୟ କାର୍ଯ୍ୟାଳୟକୁ ପ୍ରସ୍ତାବ ପଠାଯାଇଛି। ତେବେ ଏ ଦିଗରେ କର୍ତ୍ତୃପକ୍ଷ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri